ଗାଁ ନିକଟରେ ବୁଲୁଛି ବାଘ, ସିସିଟିଭିରେ କଏଦ ହେବା ପରେ…

ଜି.ଉଦୟଗିରି,୧୦ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ ନିକଟରେ ଏକ ଚିତାବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ଆତଙ୍କ ଖେଳିଯାଇଛି। ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖି ସ୍ଥାନୀୟ ବନବିଭାଗ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ସତର୍କ ରହିବା ପାଇଁ ସଚେତନ କରିଛନ୍ତି।

ସୂଚନା ଅନୁସାରେ, କଳିଙ୍ଗା ନିବାସୀ ରାଧାମୋହନ ସାହୁଙ୍କ ମୁଣ୍ଡାମାଲାଙ୍ଗଠାରେ ଥିବା ବଗିଚାରେ ଚାଷ କରନ୍ତି। ସେହି ବଗିଚାକୁ ଜଳସେଚନ ନିମନ୍ତେ ଏକ ପାଣି ପମ୍ପ ଫିଟିଙ୍ଗ କରିଛନ୍ତି। ପାଣି ପମ୍ପର ସୁରକ୍ଷା ପାଇଁ ସେଠାରେ ଏକ ସିସିଟିଭି କ୍ୟାମେରା ଲଗାଯାଇଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଏକ ଚିତା ବାଘ ବୁଲୁଥିବା ବେଳେ ସେହି କ୍ୟାମେରାରେ କଏଦ ହୋଇଥିବା ଦୃଶ୍ୟ ଦେଖିବାକୁ ମିଳିଛି।
ସକାଳେ ଏହି ଦୃଶ୍ୟ ଦେଖି ରାଧାମୋହନ ସାହୁ ଆଚମ୍ବିତ ହୋଇ କଳିଙ୍ଗା ଅଞ୍ଚଳର ଯୁବ ସମାଜସେବୀ ଆମନ ଚନ୍ଦ୍ର ନାୟକଙ୍କ ଜରିଆରେ ବନ ବିଭାଗକୁ ଖବର ଦିଆଯାଇଥିଲା। ଖବର ପାଇ ବନ ବିଭାଗ ରେଞ୍ଜର ମାଣିକେଶ୍ୱରୀ ପଟ୍ଟନାୟକ ତତ୍‌କ୍ଷଣାତ୍‌ ଘଟଣାସ୍ଥଳକୁ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ବନ ବିଭାଗ ସୂଚନା ଦେଇଛି ଯେ, ଉକ୍ତ ଚିତା ବାଘ ଚକାପାଦ ପସରା ଜଙ୍ଗଲ ଅଞ୍ଚଳରୁ ଆସିଥିବା ସମ୍ଭାବନା ରହିଛି। କଳିଙ୍ଗା ପରେ ବାଘଟି ବର୍ତ୍ତମାନ ପୁକୁଲିଙ୍ଗିଆ ଓ ରାଇପଦା ଅଞ୍ଚଳର ଜଙ୍ଗଲ ମଧ୍ୟରେ ଗତିବିଧି କରୁଥିବା ଜଣାପଡ଼ିଛି। ବନ ବିଭାଗ କର୍ମଚାରୀମାନେ ବାଘର ଗତିବିଧି ଉପରେ ନିରନ୍ତର ନଜର ରଖି ଟ୍ରାକିଂ କରୁଥିବା ବେଳେ ସାଧାରଣ ଲୋକଙ୍କ ଧନ ଓ ଜୀବନ ସୁରକ୍ଷା ପାଇଁ ସମସ୍ତ ପ୍ରକାର ସତର୍କତା ଗ୍ରହଣ କରାଯାଉଛି। ଏହି ଅବସରରେ ଜି.ଉଦୟଗିରି ଫରେଷ୍ଟର ପ୍ରଶାନ୍ତ କୁମାର ସାହୁ, ଫରେଷ୍ଟ ଗାର୍ଡ ମନୋଜ କୁମାର ମହାପାତ୍ର, ରଶ୍ମିତା ବାକ୍ସିଙ୍କ ସମେତ ପାରା କର୍ମଚାରୀ ଘଟଣାସ୍ଥଳରେ ଉପସ୍ଥିତ ରହି ବାଘର ଗତିବିଧି ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଥିବା ସୂଚନା ମିଳିଛି। ବନ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକଙ୍କୁ ସତର୍କ ରହିବା ସହ ଅଯଥା ଜଙ୍ଗଲ ଭିତରକୁ ନ ଯିବାକୁ ଅନୁରୋଧ କରାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?