ମାତ୍ର ୩୨ ବର୍ଷ ବୟସରେ ୧୦୪ କୋଟିର ମାଲିକ

ବମ୍ବେ: ଅଭିନେତାଙ୍କ ପୁଅ ଭାବେ ନୁହେଁ ବରଂ ଜଣେ ଦକ୍ଷ କଳାକାର ଭାବେ ବଲିଉଡ୍‌ର ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଟାଇଗର ଶ୍ରଫ। ଲଗାତାର ଭାବେ ହିଟ୍‌ ଫିଲ୍ମ ଦେଇ ଆସୁଛନ୍ତି ସେ। ଗତବର୍ଷ ରିଲିଜ ହୋଇଥିବା ଫିଲ୍ମ ‘ଓ୍ବାର’ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିଲା। ଦିନକୁ ଦିନ ଚାହିଦା ବଢ଼ୁଥିବାରୁ ମୋଟା ଅଙ୍କର ପାଉଣା ମଧ୍ୟ ନେଉଛନ୍ତି ସେ। ଫିଲ୍ମ ସହ ବିଜ୍ଞାପନରେ ମଧ୍ୟ ସେ ନଜର ଆସିଥାନ୍ତି। ମାତ୍ର ୩୨ ବର୍ଷ ବୟସରେ ଏବେ ସେ ୧୦୪ କୋଟିର ମାଲିକ।

ଟାଇଗରଙ୍କ ଅସଲ ନାମ ହେଉଛି ହେମନ୍ତ ଶ୍ରଫ୍‌। ସେ ଅଭିନେତା ଜ୍ୟାକି ଶ୍ରଫ ଏବଂ ଆଏଶା ଶ୍ରଫ୍‌ଙ୍କ ପୁଅ। ଫିଲ୍ମ ‘ହିରୋପନ୍ତୀ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ସେ।

ବାପାଙ୍କ ଭଳି ଦାମୀ ଗାଡ଼ିର ସଉକ ରହିଛି ଟାଇଗରଙ୍କର। ତାଙ୍କ ଗ୍ୟାରେଜରେ ଅନେକ ଦାମୀ ଗାଡ଼ି ରହିଛି। ସେଥିରେ ବିଏମ୍‌ଡବ୍ଲୁ, ମର୍ସଡିଜ୍‌, ଜାଗୁଆର, ରେଞ୍ଜ ରୋଭର ଭଳି କମ୍ପାନୀର ଗାଡ଼ି ରହିଛି।

ନିକଟରେ ଟାଇଗର ୮ ବିଏଚ୍‌କେ ଘର କିଣିଛନ୍ତି। ଏଥିରେ ଓପନ ଏୟାର ଜିମ୍‌, ଡ୍ୟାନ୍ସ ଷ୍ଟୁଡିଓ, ସି ଭ୍ୟୁ ଭଳି ସୁବିଧା ରହିଛି। ଏହାଛଡ଼ା ସେ ଗୋଟିଏ କୋଠାରେ ତିନୋଟି ମହଲା କିଣିଥିବା କୁହାଯାଉଛି। ଏଥିଲାଗି ସେ ୩୧.୫ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।

ଆଜି ଏହି ହ୍ୟାଣ୍ଡସମ ଅଭିନେତାଙ୍କ ଜନ୍ମଦିନ ହୋଇଥିବା ବେଳେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ସୋସିଆଲ ମିଡିଆରେ ସାଥୀ କଳାକାର, ପ୍ରଶଂସକମାନେ ନିଆରା ଢ଼ଙ୍ଗରେ ତାଙ୍କୁ ବାର୍ତ୍ତା ଦେଉଥିବା ଦେଖିବାକୁ ମିଳୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri