ମାତ୍ର ୩୨ ବର୍ଷ ବୟସରେ ୧୦୪ କୋଟିର ମାଲିକ

ବମ୍ବେ: ଅଭିନେତାଙ୍କ ପୁଅ ଭାବେ ନୁହେଁ ବରଂ ଜଣେ ଦକ୍ଷ କଳାକାର ଭାବେ ବଲିଉଡ୍‌ର ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଟାଇଗର ଶ୍ରଫ। ଲଗାତାର ଭାବେ ହିଟ୍‌ ଫିଲ୍ମ ଦେଇ ଆସୁଛନ୍ତି ସେ। ଗତବର୍ଷ ରିଲିଜ ହୋଇଥିବା ଫିଲ୍ମ ‘ଓ୍ବାର’ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିଲା। ଦିନକୁ ଦିନ ଚାହିଦା ବଢ଼ୁଥିବାରୁ ମୋଟା ଅଙ୍କର ପାଉଣା ମଧ୍ୟ ନେଉଛନ୍ତି ସେ। ଫିଲ୍ମ ସହ ବିଜ୍ଞାପନରେ ମଧ୍ୟ ସେ ନଜର ଆସିଥାନ୍ତି। ମାତ୍ର ୩୨ ବର୍ଷ ବୟସରେ ଏବେ ସେ ୧୦୪ କୋଟିର ମାଲିକ।

ଟାଇଗରଙ୍କ ଅସଲ ନାମ ହେଉଛି ହେମନ୍ତ ଶ୍ରଫ୍‌। ସେ ଅଭିନେତା ଜ୍ୟାକି ଶ୍ରଫ ଏବଂ ଆଏଶା ଶ୍ରଫ୍‌ଙ୍କ ପୁଅ। ଫିଲ୍ମ ‘ହିରୋପନ୍ତୀ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ସେ।

ବାପାଙ୍କ ଭଳି ଦାମୀ ଗାଡ଼ିର ସଉକ ରହିଛି ଟାଇଗରଙ୍କର। ତାଙ୍କ ଗ୍ୟାରେଜରେ ଅନେକ ଦାମୀ ଗାଡ଼ି ରହିଛି। ସେଥିରେ ବିଏମ୍‌ଡବ୍ଲୁ, ମର୍ସଡିଜ୍‌, ଜାଗୁଆର, ରେଞ୍ଜ ରୋଭର ଭଳି କମ୍ପାନୀର ଗାଡ଼ି ରହିଛି।

ନିକଟରେ ଟାଇଗର ୮ ବିଏଚ୍‌କେ ଘର କିଣିଛନ୍ତି। ଏଥିରେ ଓପନ ଏୟାର ଜିମ୍‌, ଡ୍ୟାନ୍ସ ଷ୍ଟୁଡିଓ, ସି ଭ୍ୟୁ ଭଳି ସୁବିଧା ରହିଛି। ଏହାଛଡ଼ା ସେ ଗୋଟିଏ କୋଠାରେ ତିନୋଟି ମହଲା କିଣିଥିବା କୁହାଯାଉଛି। ଏଥିଲାଗି ସେ ୩୧.୫ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।

ଆଜି ଏହି ହ୍ୟାଣ୍ଡସମ ଅଭିନେତାଙ୍କ ଜନ୍ମଦିନ ହୋଇଥିବା ବେଳେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ସୋସିଆଲ ମିଡିଆରେ ସାଥୀ କଳାକାର, ପ୍ରଶଂସକମାନେ ନିଆରା ଢ଼ଙ୍ଗରେ ତାଙ୍କୁ ବାର୍ତ୍ତା ଦେଉଥିବା ଦେଖିବାକୁ ମିଳୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?