ବାଘ ଛାଲ ଜବତ ଘଟଣା: ଆଉ ୨ ଗିରଫ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନର ଦୈତାରୀ ରେଞ୍ଜ ବୁଢୀପଦା ଗ୍ରାମରୁ ମହାବଳ ବାଘ ଛାଲ ଜବତ ଘଟଣାରେ ବୁଟୁ ମହାକୁଡ଼ (୩୦)ଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କ ବାପା ଦୁର୍ଯ୍ୟୋଧନ ମହାକୁଡ଼ (୬୦) ଓ ଭାଇ ପଞ୍ଚୁ ମହାକୁଡ଼ଙ୍କୁ ବନ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଫଳରେ ଗିରଫ ସଂଖ୍ୟା ତିନିରେ ପହଞ୍ଚିଥିବା ବେଳେ ଏଥିରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଗିରଫ କରିବାକୁ ବନ ବିଭାଗ ଚଢ଼ାଉ ଜାରି ରଖିଛି। ଅନ୍ୟ ଜଣେ ନାବାଳକଙ୍କୁ ଆଣି ପଚରାଉଚରା କରିବା ପରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି।
ଗୁରୁବାର ରାତିରେ ଏହି ଛାଲକୁ ବନ ବିଭାଗ ପକ୍ଷର ଜବତ କରାଯାଇଥିଲା। ତେବେ ଜବତବେଳେ ଗ୍ରାମବାସୀଙ୍କ ଆକ୍ରମଣରେ ବନ ବିଭାଗ କର୍ମଚାରୀ ଆହତ ହୋଇଥିବା ବେଳେ ଏକ ଗାଡ଼ି ଭାଙ୍ଗି ଦେଇଥିଲେ। ଆହତ ବନ କର୍ମଚାରୀଙ୍କ ଅଧିକ ଚିକିତ୍ସା ପାଇଁ କଟକ ବଡ଼ଡାକ୍ତରଖାନାକୁ ପଠାଯାଇଥିବା ଜଣାପଡ଼ିଛ। ରାଜ୍ୟରେ ମହାବଳ ବାଘ ଲୋପ ପାଇବାକୁ ବସିଥିବାବେଳେ ଏହି ବାଘଟି କେଉଁଠୁ ଆସିଲା ଏବଂ କେଉଁଠି ଶିକାର କରାଗଲା ତାହାର ସଠିକ୍‌ ତଥ୍ୟ ବନ ବିଭାଗ ଖୋଜୁଛି। ତେବେ ରେବଣ- କଳାପାଟ ସଂରକ୍ଷିତ ଜଙ୍ଗଲ ସୀମାରେ ମଇଁଷି ମାରିବା କାରଣରୁ ଏଭଳି ବିଷ ଦେଇ ହତ୍ୟା କରାଯାଇଥିବା କୁହାଯାଉଛି। ଏକ ମଇଁଷିକୁ ବାଘ ମାରିଦେବା ପରେ ତା’ ଉପରେ ବିଷ ପକାଇ ଦେଇଥିଲେ। ଉକ୍ତ ମାଂସକୁ ଖାଇ ବାଘଟି ମରିଯାଇଥିଲା। ତେବେ କିଏ ବିଷ ଦେଇ ମାରିଥିଲା ତାହା ସ୍ପଷ୍ଟ ଜଣାପଡ଼ିନାହିଁ। ଏହାର ଚମଡ଼ାକୁ ଗିରଫ ଅଭିଯୁକ୍ତମାନେ ସଂଗ୍ରହ କରି କିଣାବିକା କରୁଥିବା ସମୟରେ ଧରା ପଡ଼ିଯାଇଥିଲେ ବୋଲି କୁହାଯାଉଛି। ବାଘଗଣନା ବେଳେ ଏହା ଚିହ୍ନଟ ହୋଇ ନ ଥିଲା। ଏଣୁ ଏହି ମହାବଳ ବାଘଟି ଶିମିଳିପାଳ ବାଘ ସଂରକ୍ଷଣ ପ୍ରକଳ୍ପ ଅଞ୍ଚଳରୁ ଚାଲି ଆସିଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri