କଲରାପତରିଆ ବାଘ ଚମଡ଼ା ଜବତ, ୫ ଗିରଫ

ବାରିପଦା ଅଫିସ/ବିଶୋଇ, ୨୦।୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଟାର୍ଗେଟ କରିଛନ୍ତି ବାଘଛାଲ ବେପାରୀ। ଶିମିଳିପାଳ ପାଦଦେଶରେ ମଙ୍ଗଳବାର କଲରାପତରିଆ ବାଘଚମଡା ବିକ୍ରି ନିମନ୍ତେ ଡିଲ୍‌ ଚାଲିଥିବା ବେଳେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୫ଜଣ ଯୁବକଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବାଘଚମଡା ଜବତ କରାଯାଇଛି। ଗିରଫ ଯୁବକମାନେ ହେଲେ ବିଶୋଇ ଥାନା ଅଧୀନ ମଧୁପୁର ଗ୍ରାମର ବାଜନାଥ ହେମ୍ବ୍ରମ, ଜାମଦା ଥାନା ହରଗଡା ଗ୍ରାମର ତୁଶୀଲ ମୁର୍ମୁ, ଚାନ୍ଦୁଆ ଗ୍ରାମର ଝିଲ୍ଲୀଡ୍ୟାମର ହାମ୍ବିର ଟୁଡୁ, ବିଶୋଇ ଅଞ୍ଚଳର ସନତ ମାର୍ଣ୍ଡି, କୁଳିଅଣା ଥାନାର ଖେଲାରାମ ହାଁସଦା। ଜବତ ହୋଇଥିବା ଚମଡାର ଲମ୍ବ ୫ ଫୁଟ ୬ ଇଞ୍ଚ ଓ ଓସାର ୪ ଫୁଟ ୬ ଇଞ୍ଚ। ୨ ମାସ ପୂର୍ବରୁ ଏହି ବାଘକୁ ଶିକାର କରାଯାଇଥିବା ଅନୁମାନ କରାଯାଉଛି। ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ବିଶୋଇସ୍ଥିତ ମଣଦା ରେଞ୍ଜର ଖଜୁରିକଟାସ ଗ୍ରାମ ନିକଟସ୍ଥ ୪୯ନଂ. ଜାତୀୟ ରାଜପଥରେ କଲରାପତରିଆ ବାଘ ଚମଡା ବିକ୍ରି ନିମନ୍ତେ ଡିଲ ଚାଲିଥିଲା। କୌଣସି ବିଶେଷ ସୂତ୍ରରୁ ଖବରପାଇ ରାଇରଙ୍ଗପୁର ବନଖଣ୍ଡ ଡିଏଫ୍‌ଓ ଅରୁଣ କୁମାର ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଏସିଏଫ ବୈଦ୍ୟନାଥ ମାଝି, ଏସିଏଫ ନବୀନ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ରାଇରଙ୍ଗପୁର ବନଖଣ୍ଡର ଏକ ସ୍ବତନ୍ତ୍ର ସ୍କ୍ବାଡ ପୂର୍ବରୁ ଅଭିଯୁକ୍ତମାନଙ୍କୁ ଟ୍ରାକିଂ କରି ଘଟଣାସ୍ଥଳରେ ଚଢ଼ାଉ କରିଥିଲା। ସେଠାରୁ ବାଘଚମଡା ସହ ୨ବାଇକ୍‌ ଓ ୪ ମୋବାଇଲ ଫୋନ ଜବତ କରାଯାଇଥିଲା।
ଫଟୋ


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri