ଗୁଡ଼ାରି ବନ ବିଭାଗ ପକ୍ଷରୁ ବାଘଛାଲ ଜବତ, ୪ ଅଟକ

ଗୁଡ଼ାରି, ୧୩।୧୧ (ପ୍ରମୋଦ କୁମାର ପତି): ଗୁଡ଼ାରି ବନ ବିଭାଗକୁ ମିଳିଛି ବଡ଼ ସଫଳତା। ଗୁଡ଼ାରି ରେଞ୍ଜ ଅନ୍ତର୍ଗତ କର୍ଣ୍ଣପାଡ଼ୁ ଶିବ ମନ୍ଦିର ନିକଟରେ ବାଘଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ବନ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉରେ ବାଘଛାଲ ଜବତ କରିବା ସହ ୪ ଜଣଙ୍କୁ ଅଟକ କରାଯାଇଛି।

ଗିରଫ ବ୍ୟକ୍ତିମାନେ ହେଲେ ମରେନ ମଲିକ, ଫିଲିପ ବିଡ଼ିକା, ଗୌରୀଶଙ୍କର ରଣା ଓ ଶ୍ରୀରାମ ପାତ୍ର। ଘଟଣାସ୍ଥଳରେ ବନ ବିଭାଗର ଉଚ୍ଚପଦସ୍ଥ ଅଧିକାରୀମାନେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି।

Dharitri – Odisha’s No.1 Odia Daily

Share