ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ ଥାନା ଅନ୍ତର୍ଗତ ରତଙ୍ଗ ଗାଁର ଉତ୍ତମ ମାଝୀ। କେସ୍‌ ନଂ. ୪୩/୨୬ ଅଧିକ ତଦନ୍ତ ଜାରି ରହିଥିବା ନେଇ ଡିଏଫ୍‌ଓ ଘନଶ୍ୟାମ ମହନ୍ତ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ବନ୍ୟଜନ୍ତୁ ସାମଗ୍ରୀ ବେଆଇନ ଭାବେ ରଖିବା ଓ ବିକ୍ରି ସମ୍ପର୍କରେ ବାଲିଗୁଡ଼ା ବନ ବିଭାଗକୁ ଖବର ମିଳିଥିଲା। ଏହାପରେ ଶୁକ୍ରବାର ବାଲିଗୁଡ଼ା ବସ୍‌ଷ୍ଟାଣ୍ଡ ନିକଟରେ ବନ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ସର୍ଚ୍ଚ ଅପରେଶନ କରାଯାଇଥିଲା। ଏହି ସମୟରେ ଉତ୍ତମଙ୍କ ଉପରେ ସନ୍ଦେହ ହେବାରୁ ତାଙ୍କୁ ଯାଞ୍ଚ କରାଯିବା ପରେ ତାଙ୍କ ନିକଟରୁ ୨ଟି କଲରାପତରିଆ ଛାଲ ମିଳିଥିଲା। ଛାଲ ଗୁଡ଼ିକୁ ରାଜ୍ୟ ଭିତରେ ଚାଲାଣ କରି ବିକ୍ରି କରିବା ଉଦ୍ଦେଶ୍ୟରେ ଉତ୍ତମ ନେଇ ଯାଉଥିବା ବନ ବିଭାଗ ସୂଚନା ଦେଇଛି।

ତେବେ ଉତ୍ତମ ନିଜେ କଲରାପତରିଆ ବାଘକୁ ଶିକାର କରି ନ ଥିବାବେଳେ ଶିକାରୀଙ୍କ ଠାରୁ ଛାଲ ଆଣି ବିକ୍ରି ପାଇଁ ନେଉଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଡିଏଫ୍‌ଓ କହିଛନ୍ତି। ବାଲିଗୁଡ଼ା ଏସିଏଫ୍‌ ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ବାଲିଗୁଡ଼ା ରେଞ୍ଜ ଅଧିକାରୀଙ୍କ ସମେତ କେ.ନୂଆଗାଁ, କୋଟଗଡ଼, ତୁମୁଡ଼ିବନ୍ଧ ଓ ବ୍ରାହ୍ମଣୀଗାଁ ରେଞ୍ଜର କର୍ମଚାରୀମାନେ ଏହି ଚଢ଼ାଉରେ ସାମିଲ ଥିଲେ। ଏନେଇ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ଛାଲ କେଉଁ ଶିକାରୀଙ୍କ ଠାରୁ ଆସିଛି ଏବଂ ଏହାକୁ କେଉଁଠାକୁ ଚାଲାଣ କରାଯିବାର ଯୋଜନା ଥିଲା। ସେ ସମ୍ପର୍କରେ ଏକ ସ୍ବତନ୍ତ୍ର ଟିମ୍‌ ତଦନ୍ତ କରୁଛି। ଘଟଣାରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ ଆଇନାନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଏଫଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?