ଦେବଗଡ ବନଖଣ୍ଡରେ କଲରାପତ୍ରିଆ ବାଘ ଛାଲ ଜବତ, ୭ ଅଭିଯୁକ୍ତ ଗିରଫ

ଦେବଗଡ,୫|୧୨(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବନାଞ୍ଚଳ ଗୋଳାବନ୍ଧ ନିକଟରେ ଥିବା ରାଜସ୍ଥାନୀ ଢାବାରେ ବାଘ ଛାଲ ବିକ୍ରି ପାଇଁ ଲକ୍ଷାଧିକ ଟଙ୍କାର ଡିଲ ଚାଲିଥିବା ସମୟରେ ମାଡିବସିଲା ବନବିଭାଗ। ଅଭିଯୁକ୍ତଙ୍କ ଠାରୁ ଗୋଟିଏ କଲରାପତ୍ରିଆ ବାଘ ଛାଲ ସମେତ ଦୁଇଟି ବାଇକ ଏବଂ ୫ ଟି ମୋବାଇଲ ଜବତ ହୋଇଛି।

ଗିରଫ ହୋଇଥିବା ୭ ଜଣ ଅଭିଯୁକ୍ତଙ୍କ ମଧ୍ୟରେ ରାଜସ୍ଥାନ ଜୋଧପୁର ଜିଲାର ଅଶୋକ ବିଶ୍ନୋଇ, ଅଜୟପାଲ ବିଶ୍ନୋଇ, ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ସାନବାଗଦର୍ହି ଗାଁର ବିରବର ନାହାକ, ଦେବଗଡ ଜିଲ୍ଲା ବାରକୋଟ ଥାନା ରଜାମୁଣ୍ଡା ଗାଁର ମାନସିଂ ବରି, ଝରବାହାଳ ଗାଁର ରମେଶ ଚନ୍ଦ୍ର ନାଏକ, ଗୁରୁସଙ୍ଗ ଗ୍ରାମର ରାଜେନ୍ଦ୍ର ରଣା, ଠିଆନାଳ ଗାଁର କର୍ମୁ ନାଏକ ରହିଥିବା ଜଣାପଡିଛି।

ତେବେ କଲରାପତ୍ରିଆ ବାଘକୁ କେଉଁ ଜଙ୍ଗଲରେ ହତ୍ୟା କରାଯାଇଥିଲା ଏବଂ ଏହା ପଛରେ ଆଉ କେଉଁ ମାନେ ସାମିଲ ଅଛନ୍ତି ସେନେଇ ଅଧିକ ଖୋଳତାଡ ଜାରି ରହିଛି। କଲରାପତ୍ରିଆ ବାଘ ଶିକାରୀ ଏବଂ ଛାଲ ବିକ୍ରି ଘଟଣାରେ ଆହୁରି ୧୦ ଜଣରୁ ଅଧିକ ଅଭିଯୁକ୍ତ ସାମିଲ ଥିବା ଅନୁମାନ କରାଯାଉଛି । ରାଜ୍ୟ ବାହାରକୁ ଏହି ରାକେଟର ଚେର ଲମ୍ବିଥିବା ବେଳେ ଖୁବଶିଘ୍ର ଅନ୍ୟ ଅଭିଯୁକ୍ତ ମଧ୍ୟ ଧରା ପଡିବେ ବୋଲି ବନବିଭାଗ ଠାରୁ ଜଣାପଡିଛି । ତଦନ୍ତ ଜାରି ରହିଥିବାରୁ ଅଧିକ ସୂଚନା ଦେବା ପାଇଁ ବନବିଭାଗ ମନା କରିଛି । ପ୍ରାୟ ୬ ମାସ ପୂର୍ବରୁ କଲରାପତ୍ରିଆ ବାଘକୁ ହତ୍ୟା କରି ଛାଲ ବିକ୍ରି ପାଇଁ ଉଦ୍ୟମ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri