କଲରାପତରିଆ ବାଘ ଛାଲ ଜବତ, ଜଣେ ଗିରଫ

ନାକଟିଦେଉଳ,୧୨ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପେଣ୍ଠବାହାଳ ନିକଟ ଚମ୍ପାଳି ନଦୀଠାରେ ମଙ୍ଗଳବାର ଏସ୍‌ଟିଏଫ୍‌ ଟିମ୍‌ ଚଢାଉ କରି ଏକ କଲରାପତରିଆ ବାଘଛାଲ ଜବତ କରିଛି। ଏହାସହ ଏଥିରେ ସମ୍ପୃକ୍ତ ଅଭିଯୁକ୍ତ ନାକଟିଦେଉଳ ଗ୍ରାମ ହରିଜନ ସାହିର ବାବୁଲି ନାଏକଙ୍କୁ ଗିରଫ କରି ବୁଧବାର ରେଢାଖୋଲ କୋର୍ଟ ଚାଲାଣ କରିଛି। ବାବୁଲି ବାଘଛାଲ ବାହାର ଅଞ୍ଚଳକୁ ଚାଲାଣ କରିବାକୁ ଉଦ୍ୟମ କରୁଥିବା ଏସ୍‌ଟିଏଫ୍‌ ସୂଚନା ପାଇ ଚଢାଉ କରିଥିଲା। ଏସ୍‌ଟିଏଫ୍‌ କେସ୍‌ ନମ୍ବର ୭/୨୩ରେ ଏକ ମାମଲା ରୁଜୁ କରି ବନ୍ୟଜନ୍ତୁ ସଂରକ୍ଷଣ ଆଇନ ୧୯୭୨ ବଳରେ ଅଭିଯୁକ୍ତ ବାବୁଲିଙ୍କୁ କୋର୍ଟ ଚାଲାଣ କରିଛି। ଅନ୍ୟପକ୍ଷରେ ଜବତ କଲରାପତରିଆ ଛାଲର ବାଇଲୋଜିକାଲ ପରୀକ୍ଷା ପାଇଁ ଏସ୍‌ଟିଏଫ୍‌ ଉତ୍ତରାଖଣ୍ଡର ଡେରାଡୁନ ପଠାଇ ଘଟଣାର ଅଧିକ ତଦନ୍ତ କରୁଥିବା ଜଣାପଡିଛି l ଗିରଫ ବାବୁଲିଙ୍କ ଘର ନାକଟିଦେଉଳ ଥାନା ବାଟଗାଁ ପଞ୍ଚାୟତ ଅନ୍ତର୍ଗତ କେଲୋବେର୍ଣ୍ଣି ଗ୍ରାମରେ ହୋଇଥିବା ବେଳେ ଗତ କିଛିବର୍ଷ ହେଲା ସେ ନାକଟିଦେଉଳ ହରିଜନ ସାହିର ନିଜ ଶ୍ୱଶୁର ଘରେ ରହି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri