ବାଘ ଚମଡା ବିକ୍ରିବେଳେ ମାଡି ବସିଲା ଏସ୍‌ଟିଏଫ୍‌

ବାରିପଦା ଅଫିସ,୧୪।୧୨: ଶିମିଳିପାଳ ଅଭୟାରଣ୍ୟରେ ବନ୍ୟଜନ୍ତୁ ଅସୁରକ୍ଷିତ। କିଛି ଦିନ ହେବ ହାତୀ ଶିକାର ଘଟଣା ରାଜ୍ୟରେ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଘଟଣା ପୁଣି ସାମ୍ନାକୁ ଆସିଛି। ଏକ ମହାବଳ ବାଘର ଚମଡା ବିକ୍ରି କରିବାକୁ ଆସିଥିବା ଶିକାରୀକୁ ସ୍ବତନ୍ତ୍ର ଟାସ୍କଫୋର୍ସ(ଏସ୍‌ଟିଏଫ୍‌) ଟିମ୍‌ ଗିରଫ କରିଛି। ଏଥିରେ ଦୁଇ ଜଣ ଫେରାର ହୋଇଯାଇଥିବା ବେଳେ ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌। ଅଭିଯୁକ୍ତ ଉଦଳା ଥାନା ଅନ୍ତର୍ଗତ ଶ୍ରୀଦାମଚନ୍ଦ୍ରପୁର ଗ୍ରାମର ଫାଗୁ ହାଁସଦା।

ସୂଚନାଯୋଗ୍ୟ, ଶିମିଳିପାଳରୁ ଗୋଟିଏ ମହାବଳ ବାଘର ଚମଡା ବିକ୍ରି କରିବାକୁ ଯୋଜନା କରାଯାଇଥିବା ଏସ୍‌ଟିଏଫ୍‌ ନଜରକୁ ଆସିଥିଲା। ପୂର୍ବ ପ୍ରସ୍ତୁତି ଅନୁଯାୟୀ ବାରିପଦା -ଉଦଳା ରାଜ୍ୟ ରାଜପଥର ବି.ସି.ପୁର ଛକ ନିକଟରେ ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଏହି ଚଢ଼ାଉ କରାଯାଇଥିଲା । ଏଥିରେ ୨ ଜଣ ଖସି ଯାଇଥିବା ବେଳେ ମୁଖ୍ୟ ଅଭିଯୁକ୍ତଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲେ। ତେବେ ବାଘଟି ୫ବର୍ଷ ବୟସର ହୋଇଥିବା ଅନୁମାନ କରାଯାଉଥିବା ବେଳେ ଏହାକୁ ଜୁନ୍‌ ମାସରୁ ବିକ୍ରି କରିବାକୁ ଯୋଜନା କରାଯାଥିବା ଭିଡିଓରୁ ସ୍ପଷ୍ଟ ଜଣାପଡିଛି । ବାରିପଦାରେ ରହୁଥିବା ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ସଂରକ୍ଷକ ଭାନୁମିତ୍ର ଆଚାର୍ଯ୍ୟଙ୍କ ଦ୍ବାରା ଏହାର ରୂପରେଖ ପ୍ରସ୍ତୁତ କରାଯାଇଥିଲା । ଚମଡା ବିକ୍ରି ପାଇଁ ବ୍ୟବସ୍ଥା ଚାଲିଥିବା ଖବରପାଇ ଭାନୁମିତ୍ର ବେପାରୀଙ୍କ ସହ ୫ ଲକ୍ଷ ଟଙ୍କାରେ ଡିଲ କରିଥିଲେ ଏବଂ ସମସ୍ତ ବିଷୟରେ ଏସ୍‌ଟିଏଫ୍‌କୁ ଜଣାଇଥିଲେ। ଚମଡା ନେଇ ୩ ଜଣ ଆସିଥିବା ବେଳେ ଅନ୍ଧାରର ସୁଯୋଗ ନେଇ ୨ଜଣ ଚମ୍ପଟ ମାରିଥିଲେ । ତେବେ ହାତୀ ପରେ ମହାବଳ ବାଘ ଶିକାର ସମ୍ପର୍କରେ ବନବିଭାଗ ପାଖରେ ସୂଚନା ନ ଥିବା ଆଶ୍ଚର୍ଯ୍ୟଜନକ ବୋଲି ଆଲୋଚନା ହେଉଛି । ଶିମିଳିପାଳ ପ୍ରବେଶ ଉପରେ କଡାକଡି କଟକଣା କରାଯାଇଥିବା ବେଳେ ଶିକାରୀମାନେ କିପରି ଶିକାର କରୁଛନ୍ତି ତାହାକୁ ନେଇ ବନବିଭାଗ ଉପରେ ସନ୍ଦେହ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?