ବାଘ ଦାନ୍ତ, ନଖ,ବଜ୍ରକାପ୍ତା କାତି ଜବତ

ଭୁବନେଶ୍ୱର(ବ୍ୟୁରୋ)/ବାରିପଦା ଅଫିସ,୧୭ା୨:ମୟୂରଭଞ୍ଜ ଜିଲା ଯଶିପୁର ଥାନା ତଥା କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ ପଡ଼ାଗଡ ଗ୍ରାମ ନିକଟରେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିଛି। ତାଙ୍କଠାରୁ ୨ଟି ବାଘ ଦାନ୍ତ, ୨୯ ବାଘ ନଖ, ସାଢେ ୩ କେଜି ବଜ୍ରକାପ୍ତା କାତି ଜବତ କରାଯାଇଛି। ଏଥିସହ ୪୬ଟି ଶୁଆକୁ ମଧ୍ୟ ଉଦ୍ଧାର କରାଯାଇଛି। ଅଭିଯୁକ୍ତ ହେଲେ ଏହି ଥାନା ଅନ୍ତର୍ଗତ ମିରିଗିନେଂଟି ଅଞ୍ଚଳର ନନ୍ଦ ବାଗେ। ତାଙ୍କୁ ଏସ୍‌ଟିଏଫ୍‌ କରଞ୍ଜିଆ ବନ ବିଭାଗକୁ ହସ୍ତାନ୍ତର କରିବା ପରେ ତାଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ଅନ୍ୟପକ୍ଷରେ ଉଦ୍ଧାର ଶୁଆ ଓ ଜବତ ସାମଗ୍ରୀକୁ ଏସ୍‌ଟିଏଫ୍‌ କରଞ୍ଜିଆ ଡିଏଫ୍‌ଓଙ୍କୁ ହସ୍ତାନ୍ତର କରିଛି। ତେବେ ଏହି ର଼୍ୟାକେଟରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ଅଭିଯୁକ୍ତ ଜଣକ ଏସବୁ କାହାକୁ ବିକ୍ରି କରିଥାନ୍ତେ, କେତେ ବଜ୍ରକାପ୍ତା ଓ ବାଘ ଶିକାର କରିଛନ୍ତି, ଏଭଳି ବିଭିନ୍ନ ଦିଗକୁ ନେଇ ଏସ୍‌ଟିଏଫ ଓ ବନ ବିଭାଗ ପକ୍ଷରୁ ମିଳିତ ଅଧିକ ଅନୁସନ୍ଧାନ କରାଯାଉଛି। ସମ୍ପୃକ୍ତ ଅନ୍ୟମାନଙ୍କୁ ଗିରଫ କରିବା ପାଇଁ ତଦନ୍ତ ଜାରି ରହିଛି ବୋଲି ଶିମିଳିପାଳ ଉତ୍ତର ଡିଭିଜନର ଉପ ନିର୍ଦ୍ଦେଶକ ସାଇ କିରଣ କହିଛନ୍ତି।
ଏସ୍‌ଟିଏଫ୍‌ ୨୦୨୦ରୁ ଏଯାଏ ୨୫ଟି ବାଘ ଛାଲ, ୧୩ ହାତୀ ଦାନ୍ତ, ୭ ହରିଣ ଛାଲ, ୧୧ ଜୀବନ୍ତ ବଜ୍ରକାପ୍ତା, ୧୯ କେଜି ୫୦୦ ଗ୍ରାମ ବଜ୍ରକାପ୍ତା କାତି, ୨ ବାଘ ଦାନ୍ତ, ୨୯ ବାଘ ନଖ, ୪୬ ଶୁଆ ପକ୍ଷୀ ଜବତ କରିବା ସହ ସମ୍ପୃକ୍ତ ୫୮ଜଣ ଶିକାରୀଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri