ଦିଗପହଣ୍ଡିରେ ମାତିଛି ବାଘ ଆତଙ୍କ: ବନବିଭାଗର ତନାଘନା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ କେରାଣ୍ଡିମାଳ ସଂରକ୍ଷିତ ଜଙ୍ଗଲ ବି. ତୁରୁବୁଡିି ଫରେଷ୍ଟ ବିଟର ଖଜୁରୀପଲ୍ଲୀ ଗ୍ରାମରେ ବାଘ ଆତଙ୍କ ଲାଗି ରହିଛି।

ରବିବାର ଗ୍ରାମ ସଂଲଗ୍ନ ଚାଷ ଜମି ହିଡରେ କିଛି ଚାଷୀ ବାଘ ପାଦ ଚିହ୍ନ ଦେଖିଥିଲେ। ଖବର ପ୍ରଚାରିତ ହେବା ପରେ ଗ୍ରାମ ସମେତ ଆଖପାଖ ଗ୍ରାମର ବହୁ ସଂଖ୍ୟକ ଲୋକେ ସମ୍ପୃକ୍ତ ଚାଷଜମି ହିଡରେ ପହଞ୍ଚି ବାଘ ପାଦ ଚିହ୍ନ ଦେଖିଥିଲେ। ଗ୍ରାମବାସୀଙ୍କ ପକ୍ଷରୁ ଦିଗପହଣ୍ଡି ବନ ବିଭାଗ କାର୍ଯ୍ୟାଳୟକୁ ସୂଚନା ଦିଆଯିବା ପରେ ରେଞ୍ଜର ଦିବ୍ୟରଞ୍ଜନ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଫରେଷ୍ଟର ସନ୍ତୋଷ କୁମାର ବିଷୋୟୀରତ୍ନ, ବି. ତୁରୁବୁଡ଼ି ଫରେଷ୍ଟ ବିଟର ଫରେଷ୍ଟ ଗାର୍ଡ ଉର୍ମିଳା ବେହେରା ଏବଂ ୪ ପାରା ବନ କର୍ମଚାରୀ ପହଞ୍ଚି ବାଘ ପାଦ ଚିହ୍ନ ପଡ଼ିଥିବା କୁହାଯାଉଥିବା ଚାଷଜମି ହିଡକୁ ଯାଇଥିଲେ।

ପାଦ ଚିହ୍ନ ଅନ୍ୟ କୌଣସି ଜନ୍ତୁର। ବାଘର ନୁହେଁ ବୋଲି ଜଣାପଡିଥିଲା। ପରେ ବନ କର୍ମଚାରୀ ଗ୍ରାମବାସୀଙ୍କ ସହ ବିସ୍ତୁତ ଆଲୋଚନା କରିଥିଲେ। ଏହା ବାଘର ପାଦ ଚିହ୍ନ ନୁହେଁ । ତଥାପି ବନ କର୍ମଚାରୀ ଗୃହପାଳିତ ପ୍ରାଣୀଙ୍କୁ ରାତିରେ ବାହାରେ ନ ଛାଡି ଗୁହାଳରେ ବାନ୍ଧି ରଖିବା ସହ ଗ୍ରାମବାସୀ ସତର୍କ ରହିବାକୁ ପରାମର୍ଶ ଦେଇ ଫେରିଥିଲେ।

ଏନେଇ ଦିଗପହଣ୍ଡି ରେଞ୍ଜରଙ୍କୁ ପଚାରିବାରୁ ବାଘ ଆତଙ୍କ ଏକ ଗୁଜବ। ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ ସୃଷ୍ଟି କରାଯିବା ସହ ଅଯଥାରେ ଲୋକଙ୍କୁ ଭୟଭୀତ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri