ମାସକରେ ବୃଦ୍ଧାଙ୍କ ସହ ୧୯ ଗୃହପାଳିତ ପଶୁଙ୍କୁ ମାରିଲାଣି ବାଘ

ନୂଆପଡ଼ା ଅଫିସ,୮।୪: ନୂଆପଡ଼ା ଜିଲାରେ ଗତ ପ୍ରାୟ ୧ ମାସ ହେବ ବାଘ ଆତଙ୍କ ଦେଖାଦେଇଛି। ବାଘ ଭୟରେ ଲୋକେ ସନ୍ଧ୍ୟା ନ ହେଉଣୁ ତାଟିକବାଟ ବନ୍ଦ କରି ରହୁଛନ୍ତି। ଏଭଳି ସ୍ଥିତିରେ ନୂଆପଡା ସଦର ବନ ବିଭାଗ ରେଞ୍ଜ ଅଧୀନ ଧରମବନ୍ଧା ବିଟ୍‌ ଚୁଲାଭାଟ ଗାଁରେ ପୁଣି ଏକ ଗାଈକୁ ବାଘ ଖାଇଥିବା ସୂଚନା ମିଳିଛି। ନୂଆପଡ଼ା ରେଞ୍ଜ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳକୁ ଯାଇ ଗାଈର ମୃତଦେହ ବ୍ୟବଚ୍ଛେଦ ପରେ ପୋତି ଦେଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଗାଁର ଗୋବର୍ଦ୍ଧନ ମାଝିଙ୍କ ଗାଈ ଜଙ୍ଗଲକୁ ଚରିବାକୁ ଯାଇଥିଲା। ସନ୍ଧ୍ୟା ପର୍ଯ୍ୟନ୍ତ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ଗାଁ ଲୋକେ ମହୁଲଫୁଲ ଗୋଟେଇବାକୁ ଜଙ୍ଗଲକୁ ଯିବା ସମୟରେ ଚୁଲାଭାଟ ନାଳାରେ ଗାଈର ମୃତଦେହ ପଡିଥିବା ଦେଖିବାକୁ ପାଇ ଭୟରେ ଫେରି ଆସି ଗାଁରେ କହିଥିଲେ। ଗୋବର୍ଦ୍ଧନଙ୍କ ପରିବାର ଲୋକ ଗାଈକୁ ଦେଖି ଚିହ୍ନଟ କରିଥିଲେ। ଖବର ପାଇ ବନ ବିଭାଗ କର୍ମଚାରୀମାନେ ସେଠାରେ ପହଞ୍ଚି ମୃତଗାଈର ବ୍ୟବଚ୍ଛେଦ କରାଇ ଗାତ ଖୋଳି ପୋତିଦେଇଥିଲେ। ଜିଲାର କୋମନା, ବୋଡେନ ଓ ନୂଆପଡା ବ୍ଲକକୁ ସୁନାବେଡା ଅଭୟାରଣ୍ୟ ଲାଗି ରହିଛି। ମାଓବାଦୀଙ୍କ ଭୟରେ ବନ ବିଭାଗ ଓ ବନ୍ୟପ୍ରାଣୀ ବିଭାଗ ଅଧିକାରୀ କିମ୍ବା କର୍ମଚାରୀ ଅଭୟାରଣ୍ୟକୁ ଯାଉନାହାନ୍ତି। ଅନ୍ୟପକ୍ଷେ କାଠ ମାଫିଆମାନେ ଜଙ୍ଗଲ ସଫା କରିଦେଉଥିବାରୁ ଖାଦ୍ୟ ଅନ୍ବେଷଣରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି। ବର୍ତ୍ତମାନ ବାଘ ଜିଲାର ୩ଟି ବ୍ଲକରେ ଗୋଟିଏ ମାସରେ ଜଣେ ବୃଦ୍ଧାଙ୍କ ସହ ୧୯ ଗୃହପାଳିତ ପ୍ରାଣୀ ମାରି ଖାଇଥିବା ବେଳେ ୨ଟି ଗୃହପାଳିତ ପ୍ରାଣୀ ମାରି ଘାଇଲା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri