ମାସକରେ ବୃଦ୍ଧାଙ୍କ ସହ ୧୯ ଗୃହପାଳିତ ପଶୁଙ୍କୁ ମାରିଲାଣି ବାଘ

ନୂଆପଡ଼ା ଅଫିସ,୮।୪: ନୂଆପଡ଼ା ଜିଲାରେ ଗତ ପ୍ରାୟ ୧ ମାସ ହେବ ବାଘ ଆତଙ୍କ ଦେଖାଦେଇଛି। ବାଘ ଭୟରେ ଲୋକେ ସନ୍ଧ୍ୟା ନ ହେଉଣୁ ତାଟିକବାଟ ବନ୍ଦ କରି ରହୁଛନ୍ତି। ଏଭଳି ସ୍ଥିତିରେ ନୂଆପଡା ସଦର ବନ ବିଭାଗ ରେଞ୍ଜ ଅଧୀନ ଧରମବନ୍ଧା ବିଟ୍‌ ଚୁଲାଭାଟ ଗାଁରେ ପୁଣି ଏକ ଗାଈକୁ ବାଘ ଖାଇଥିବା ସୂଚନା ମିଳିଛି। ନୂଆପଡ଼ା ରେଞ୍ଜ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳକୁ ଯାଇ ଗାଈର ମୃତଦେହ ବ୍ୟବଚ୍ଛେଦ ପରେ ପୋତି ଦେଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଗାଁର ଗୋବର୍ଦ୍ଧନ ମାଝିଙ୍କ ଗାଈ ଜଙ୍ଗଲକୁ ଚରିବାକୁ ଯାଇଥିଲା। ସନ୍ଧ୍ୟା ପର୍ଯ୍ୟନ୍ତ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ଗାଁ ଲୋକେ ମହୁଲଫୁଲ ଗୋଟେଇବାକୁ ଜଙ୍ଗଲକୁ ଯିବା ସମୟରେ ଚୁଲାଭାଟ ନାଳାରେ ଗାଈର ମୃତଦେହ ପଡିଥିବା ଦେଖିବାକୁ ପାଇ ଭୟରେ ଫେରି ଆସି ଗାଁରେ କହିଥିଲେ। ଗୋବର୍ଦ୍ଧନଙ୍କ ପରିବାର ଲୋକ ଗାଈକୁ ଦେଖି ଚିହ୍ନଟ କରିଥିଲେ। ଖବର ପାଇ ବନ ବିଭାଗ କର୍ମଚାରୀମାନେ ସେଠାରେ ପହଞ୍ଚି ମୃତଗାଈର ବ୍ୟବଚ୍ଛେଦ କରାଇ ଗାତ ଖୋଳି ପୋତିଦେଇଥିଲେ। ଜିଲାର କୋମନା, ବୋଡେନ ଓ ନୂଆପଡା ବ୍ଲକକୁ ସୁନାବେଡା ଅଭୟାରଣ୍ୟ ଲାଗି ରହିଛି। ମାଓବାଦୀଙ୍କ ଭୟରେ ବନ ବିଭାଗ ଓ ବନ୍ୟପ୍ରାଣୀ ବିଭାଗ ଅଧିକାରୀ କିମ୍ବା କର୍ମଚାରୀ ଅଭୟାରଣ୍ୟକୁ ଯାଉନାହାନ୍ତି। ଅନ୍ୟପକ୍ଷେ କାଠ ମାଫିଆମାନେ ଜଙ୍ଗଲ ସଫା କରିଦେଉଥିବାରୁ ଖାଦ୍ୟ ଅନ୍ବେଷଣରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି। ବର୍ତ୍ତମାନ ବାଘ ଜିଲାର ୩ଟି ବ୍ଲକରେ ଗୋଟିଏ ମାସରେ ଜଣେ ବୃଦ୍ଧାଙ୍କ ସହ ୧୯ ଗୃହପାଳିତ ପ୍ରାଣୀ ମାରି ଖାଇଥିବା ବେଳେ ୨ଟି ଗୃହପାଳିତ ପ୍ରାଣୀ ମାରି ଘାଇଲା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?