ଗୋଲାପଡ଼ା ଜଙ୍ଗଲରେ ବାଘ ଆତଙ୍କ: ଟାର୍ଗେଟ୍‌ରେ ଗାଈ-ବାଛୁରୀ

ଭଞ୍ଜନଗର,୮/୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଗୋଲାପଡ଼ା ଜଙ୍ଗଲରେ ଗୁରୁବାର ରାତିରେ ହେଟା ବାଘ ଆକ୍ରମଣରେ ଗୋଟିଏ ଗାଈ ବାଛୁରୀ ଗୁରୁତର ଭାବେ ଆହତ ହୋଇଛି। ସେହିଭଳି ମୁଜାଗଡ ରେଞ୍ଜ ଦୁର୍ଗାପ୍ରସାଦ ଠାରେ କଲରାପତରିଆ ବାଘ ଆକ୍ରମଣରେ ଆଉ ଗୋଟିଏ ଗାଈ ବାଛୁରୀ ଆହତ ହୋଇଛି। ଉଭୟ ଘଟଣା ଶୁକ୍ରବାର ଜଣାପଡିଛି । ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି।
ଘଟଣାରୁ ପ୍ରକାଶ ଯେ, ଗତକାଲି ଦୁର୍ଗାପ୍ରସାଦର ଏକ ବାଛୁରୀ କଲରାପତରିଆ ବାଘ ଆକ୍ରମଣ କରିଥିଲା। କିନ୍ତୁ ବାଛୁରୀଟି ଆକ୍ରମଣରୁ ରକ୍ଷା ପାଇଯାଇଥିଲା। ଏଥିରେ ବାଛୁରୀ ଟି ସାମାନ୍ୟ ଆହତ ହୋଇଛି। ସେହିଭଳି ଗୋଲାପଡ଼ାର ସୁକୁଟା ଗୌଡ ଗତକାଲି ଗାଈ କୁହଁର ଧରି ଜଙ୍ଗଲକୁ ଯାଇଥିଲେ। ସନ୍ଧ୍ୟାରେ ଗାଈ ଗୋରୁ ଧରି ଫେରିଥିଲେ। କିନ୍ତୁ ଗୋଟିଏ ବାଛୁରୀ ଫେରି ନ ଥିଲା। ଆଜି ସୁକୁଟା ଜଙ୍ଗଲକୁ ଯାଇ ଖୋଜା ଖୋଜି କରିବା ସମୟରେ ଆହତ ଅବସ୍ଥାରେ ବାଛୁରୀଟି ପଡ଼ି ରହିଥିବା ଦେଖିଥିଲେ। ଏହାପରେ ପ୍ରାଣୀ ବିଶେଷଜ୍ଞଙ୍କୁ ଡାକି ତାର ଚିକିତ୍ସା ବ୍ୟବସ୍ଥା କରିଛନ୍ତି। ଗ୍ରାମବାସୀ ଏହା କଲରାପତରିଆ ବାଘର କାଣ୍ଡ ହୋଇଥିବା କହୁଛନ୍ତି। କିନ୍ତୁ ଡିଏଫଓ ହିମାଂଶୁ ଶେଖର ମହାନ୍ତି କହିଛନ୍ତି, ଗୋଲାପଡ଼ା ଘଟନାରେ ହେଟା ବାଘ ଜଡ଼ିତ ଥିବା ଆଶଙ୍କା କରାଯାଉଛି। ଦୁର୍ଗାପ୍ରସାଦ ଘଟଣାର ତଦନ୍ତ ଚାଲିଛି। ବିଭାଗୀୟ କର୍ମଚାରୀମାନଙ୍କୁ ଘଟଣା ଉପରେ ନଜର ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri