ଲାଞ୍ଜିଗଡ଼ରେ ବାଘ ଆତଙ୍କ

ଲାଞ୍ଜିଗଡ଼,୨୬।୬(ରମେଶ ଚନ୍ଦ୍ର ନାୟକ): ନୂଆପଡ଼ା ଜିଲା ପରେ ଏବେ କଳାହାଣ୍ଡି ଜିଲାରେ ମଧ୍ୟ ବାଘ ଆତଙ୍କ ଦେଖିବାକୁ ମିଳିଛି। ଜିଲାର ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଲାଞ୍ଜିଗଡ ରୋଡ଼ଠାରେ ଶନିବାର ରାତିରେ ବାଘ ୫ଟି ଛେଳି ମାରି ଖାଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ ଲାଞ୍ଜିଗଡ ରୋଡ଼ର ଅମ୍ବିକା ଭୋଇଙ୍କ କିଛି ଦିନ ହେଲା ଛେଳି ଗୁହାଳ ଭାଙ୍ଗି ଯାଇଥିବାରୁ ଗାଁର ଅନ୍ୟ ଜଣଙ୍କ ଗୁହାଳରେ ରଖିଥିଲେ। ରାତିରେ ବାଘ ଗୁହାଳ ଭିତରେ ପଶି ୫ଟି ଛେଳି ମାରି ଖାଇଛି। ସେହିପରି ୪ଟି ଛେଳି ମାରି ଗୁହାଳ ବାହାରେ ଫିଙ୍ଗି ଦେଇଥିବା ବେଳେ ଗୋଟିଏ କିଛି ଦୂରରେ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ସିକେରକୁପା ବନ କର୍ମଚାରୀ ପହଞ୍ଚତ୍ ତଦନ୍ତ କରିଥିଲେ। ବାଘ ଆକ୍ରମଣରେ ଛେଳି ମୃତ୍ୟୁ ହୋଇଛି ବୋଲି ବନ ବିଭାଗ ସ୍ପଷ୍ଟ କରିଛି। ପ୍ରାଣୀ ବିଭାଗ ପକ୍ଷରୁ ଭିଏସ ପହଞ୍ଚତ୍ ମଲା ଛେଳିର ବ୍ୟବଚ୍ଛେଦ କରିଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ମଧ୍ୟ ତଦନ୍ତ କରାଯାଉଛି। ଗ୍ରାମର ଜଣେ ଗରିବ ବୃଦ୍ଧା ମହିଳା ଛେଳି ଚାଷ କରି ନିଜ ପେଟ ପୋଷୁଥିବା ବେଳେ ପ୍ରଶାସନ ପକ୍ଷରୁ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ବିଶ୍ୱନାଥପୁର ରେଞ୍ଜର ନରୋତ୍ତମ ମାଝିଙ୍କୁ ପଚାରିବାରୁ ମୁଁ ଘଟଣାସ୍ଥଳକୁ ଯାଇନାହିଁ। ଆମ ବନ ବିଭାଗ କର୍ମଚାରୀ ଯାଇ ତଦନ୍ତ କରିଛନ୍ତି। ବାଘ ଛେଳିକୁ ମାରିଥିବା ସେମାନେ ପ୍ରକାଶ କରିଛନ୍ତି। କିନ୍ତୁ ଛୋଟ କି ବଡ଼ ବାଘ କିମ୍ବା ଗଧିଆ ବାଘ ଛେଳିକୁ ମାରିଛି ତାହା ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ଜଣାପଡ଼ିବ ବୋଲି କହିଥିଲେ। ବାଘ ଆତଙ୍କ ଅଞ୍ଚଳରେ ପ୍ରଥମ ହୋଇଥିବାରୁ ଲୋକଙ୍କ ମଧ୍ୟରେ କୋକୁଆଭୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri