ନୂଆପଡ଼ାରେ ବାଘ ଆତଙ୍କ

ନୂଆପଡ଼ା ଅଫିସ,୨।୧୧: ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନରେ ପୁଣି ବାଘ ଆତଙ୍କ ଦେଖାଦେଇଛି । ନୂଆପଡା ସଦର ବ୍ଲକ କେନ୍ଦୁବାହାରା ପଞ୍ଚାୟତ ଜାମୁରସାଲେଭଟା ଗ୍ରାମରେ ସୋମବାର ରାତିରେ ଦେଓସିଂ ମାଝିଙ୍କ ଏକ ବଳଦକୁ ଗୁହାଳରୁ ଟାଣି ନେଇ କଲରାପତରିଆ ବାଘ ଖାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ମଙ୍ଗଳବାର ଘଟଣାସ୍ଥଳରେ ନୂଆପଡା ବନ ବିଭାଗ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ବଳଦର ବ୍ୟବଚ୍ଛେଦ ପରେ ମାଟିରେ ପୋତି ଦିଆଯାଇଛି। ସୂଚନା ମୁତାବକ ସୋମବାର ଦେଓସିଂ ବଳଦ ଜଙ୍ଗଲରୁ ଚରାଇ ଆଣି ସନ୍ଧ୍ୟାରେ ଗୁହାଳରେ ବନ୍ଧି ରଖିଥିଲେ। ସକାଳେ ଉଠି ଦେଖିବା ବେଳେ ଗୁହାଳରେ ବଳଦ ନ ଥିଲା। ଖୋଜାଖୋଜି କରିବା ପରେ ଘରଠାରୁ ଶହେ ମିଟର ଦୂର ଗାଁ ମୁଣ୍ଡରେ ବଳଦ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ପରିବାର କିମ୍ବା ଗ୍ରାମବାସୀ ବାଘକୁ ଦେଖିନାହାନ୍ତି। ହେଲେ ବାଘ ଚିହ୍ନ ରହିଥିବା ଜଣାପଡ଼ିଛି। ବଳଦକୁ କ୍ଷତବିକ୍ଷତ କରିଥିବାରୁ ବାଘ ବୋଲି ସନ୍ଦେହ କରାଯାଉଛି। ପାହାଡ ତଳି ଗାଁରେ ବାଘ, ଭାଲୁ, ହାତୀ ଆତଙ୍କରେ ଲୋକେ ଅତିଷ୍ଠ ହୋଇଗଲେଣି। ବର୍ତ୍ତମାନ ଧାନ ଅମଳ ସମୟ ହୋଇଥିବାରୁ ଲୋକେ ନିଜ ଜମିକୁ ଯିବା ପାଇଁ ଭୟ କରୁଛନ୍ତି। ଏଥିପ୍ରତି ବନ ବିଭାଗ ଲୋକଙ୍କୁ ସଚେତନ କରି ଜଙ୍ଗଲ ଜନ୍ତୁ ପ୍ରତି ସୁରକ୍ଷା ବ୍ୟବସ୍ଥା କରିବାକୁ ଦାବି ହେଉଛି। ଜଙ୍ଗଲ ସବୁ ପଦା ହେବାରେ ଲାଗିଛି। ଖାଦ୍ୟ ଅନ୍ବେଷଣରେ ସବୁ ଜୀବଜନ୍ତୁ ଗାଁ ମୁହାଁ ହୋଇ ଆକ୍ରମଣ କରିବା ସହ ଶିକାର ମଧ୍ୟ ହେଉଛନ୍ତି ବୋଲି ବୃଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି। ଏ ସଂକ୍ରାନ୍ତରେ ନୂଆପଡା ବନ ବିଭାଗ ଫରେଷ୍ଟର ଚୂଡାନାଥ ସରାଫଙ୍କୁ ପଚାରିବାରୁ ବାଘକୁ କେହି ଦେଖିନାହାନ୍ତି। ପାଦ ଚିହ୍ନରୁ ଏହା କଲରାପତରିଆର ଚିହ୍ନ ବୋଲି ଆମେ ସ୍ପଷ୍ଟ ହେଉଛୁ। ଏହି ଗାଁ ଜଙ୍ଗଲକୁ ଲାଗି ରହିଛି। ଜଙ୍ଗଲ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରିବା ସହ ବାଘର ଗତିବିଧି ଉପରେ ନଜର ରଖିଛୁ। ଆମ ଟିମ୍‌ ସବୁବେଳେ ସଜାଗ ହୋଇ ରହିଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?