ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଅଭୟାରଣ୍ୟବାସୀ ଆତଙ୍କିତ ହୋଇପଡିଛନ୍ତି। ସୂଚନା ଅନୁଯାୟୀ, ସୁନାବେଡ଼ା ପଞ୍ଚାୟତ ସାଲେପଡ଼ା ଗଁାର ଗାଓସିଂ ମାଝି ସୋମବାର ଅପରାହ୍ନରେ କୌଣସି କାମରେ କୋମନା ଅଞ୍ଚଳକୁ ଯାଇଥିଲେ। ସେଠାରେ କାମ ସାରି ରାତି ପ୍ରାୟ ୯ଟାରେ ଏକ ଚାରିଚକିଆ ଗାଡିରେ ଅନ୍ୟମାନଙ୍କ ସହ ଘରକୁ ଫେରୁଥିଲେ ା ସେହି ସମୟରେ ଜାମଗଁା ଘାଟି ମଥାନଠାରେ ୨ଟି କଲରାପତରିଆ ବାଘ ବସିଥିବା ଦେଖିବାକୁ ପାଇଥିଲେ। ଗାଡି ଲାଇଟ ପଡିବାରୁ ଗୋଟିଏ ବାଘ ଜଙ୍ଗଲକୁ ଚାଲିଯାଇଥିବା ବେଳେ ଅନ୍ୟ ଏକ ବାଘକୁ ମୋବାଇଲ ଭିଡିଓରେ କଏଦ କରିଥିଲେ। ଗାଡି ପାଖକୁ ଆସିବା ପରେ ବାଘଟି ରାସ୍ତା ପାରି ହୋଇ ଜଙ୍ଗଲ ଭିତରକୁ ଚାଲିଯାଇଥିଲା। ସୁନାବେଡା ଅଭୟାରଣ୍ୟ ଜାମଗଁା ଘାଟିରେ ବାଘ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଅଭୟାରଣ୍ୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଲୋକେ ନିଜ ଜମିବାଡି କିମ୍ବା ଜଙ୍ଗଲକୁ ଯିବା ପାଇଁ ଭୟ କରୁଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?