ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା ଭିଡିଓ ଭାଇରାଲ ହେଉଛି। ଏହାକୁ ନେଇ ସୁନାବେଡ଼ା ଅଞ୍ଚଳର ଲୋକେ ଆତଙ୍କିତ ହୋଇପଡିଛନ୍ତି। ସୂଚନା ଅନୁଯାୟୀ ଛତିଶଗଡ଼ ଗରିଆବନ୍ଧ ଜିଲା ମେନପୁର ଥାନା ଓଏଡ ଗାଁର କେତେଜଣ ଲୋକ କୌଣସି କାମରେ ସୁନାବେଡା ଅଞ୍ଚଳକୁ ଆସିଥିଲେ। କାମସାରି ଶନିବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ସେମାନେ ଏକ କାର୍‌ରେ ଓଏଡ ଗାଁକୁ ଫେରୁଥିଲେ। ଏହି ସମୟରେ ସୁନାବେଡାରୁ ଦାତୁନାମା ଗାଁ ମଧ୍ୟସ୍ଥ କେବଡି ଯୋର (ଆମ୍ବନାଳା) ନିକଟରେ ଏକ କଲରାପତରିଆ ବାଘ ରାସ୍ତା ଉପରେ ଥିବା ସେମାନେ ଦେଖିଥିଲେ। ଗାଡି ଲାଇଟ୍‌ ପଡିବାରୁ ବାଘ ଅଟକି ଯାଇ ପ୍ରାୟ ୧୦ ମିନିଟ ଧରି ଏଣେତେଣେ ଘୂରି ବୁଲିଥିଲା। ଗାଡି ଭିତରେ ଥିବା ଲୋକମାନେ ଭୟଭୀତ ହୋଇ ଚୁପ୍‌ଚାପ ବସିରହିଥିଲେ। ବାଘ ରାସ୍ତା ଛାଡି ଜଙ୍ଗଲକୁ ଚାଲିଯିବା ପରେ ସେମାନେ ଗାଡି ନେଇ ଚାଲିଯାଇଥିଲେ। ଏହି ଘଟଣା ଜାଣିବା ପରେ ସୁନାବେଡ଼ା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ତାଟିକବାଟ ବନ୍ଦ କରି ରହୁଛନ୍ତି। ନିହାତି ଆବଶ୍ୟକ ଥିଲେ ହାତରେ ଠେଙ୍ଗାବାଡି ଧରି ବାହାରକୁ ଯାଉଛନ୍ତି। ଏ ସଂକ୍ରାନ୍ତରେ ସୁନାବେଡ଼ା ବନ୍ୟପ୍ରାଣୀ ବିଭାଗ ଏସିଏଫ୍‌ ସଞ୍ଜୀବ ବନଗୋଳାଙ୍କୁ ପଚାରିବାରୁ ଅଭୟାରଣ୍ୟ ଭିତରେ କଲରାପତରିଆ ବାଘ ସଂଖ୍ୟା ବଢିବାରେ ଲାଗିଛି ା ଖାଦ୍ୟ ଅନ୍ବେଷଣରେ ସେମାନେ ସବୁବେଳେ ପଦାକୁ ଆସୁଛନ୍ତି। ଏଥିପ୍ରତି ସତର୍କ ରହିବାକୁ ଲୋକଙ୍କୁ ସଚେତନ କରୁଛୁ ବୋଲି କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri