ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ କୋକୁଆ ଭୟ ଖେଳିଯାଇଛି। ବିଶେଷ କରି ସୋସିଆଲ ମିଡିଆରେ ବାଘର ଭିଡିଓ ଭାଇରାଲ ହେବା ପରେ ଲୋକେ ଘରୁ ବାହାରିବାକୁ ଭୟ କରୁଛନ୍ତି।

ସୂଚନା ଅନୁଯାୟୀ, ଗତ ସୋମବାର ସନ୍ଧ୍ୟା ସମୟରେ ଅମଠାଗୁଡ଼ା ଗ୍ରାମର ମହେଶ ସାହୁ ନାମକ ଜଣେ ବ୍ୟକ୍ତି କାଶିପୁରରୁ ନିଜ ବ୍ୟକ୍ତିଗତ କାମ ସାରି କାର୍‌ ଯୋଗେ ଘରକୁ ଫେରୁଥିଲେ। କାଶିପୁର-ଗୁଣୁପୁର ମୁଖ୍ୟ ରାସ୍ତା ପାର୍ଶ୍ୱସ୍ଥ ତଳଆମ୍ବ ପଦର ସାପ୍ତାହିକ ବଜାର ନିକଟସ୍ଥ ବୁଲାଣିରେ ହଠାତ୍ ଏକ କଲାପତରିଆ ବାଘ ତାଙ୍କ କାର୍‌ ସାମ୍ନାକୁ ଚାଲିଆସିଥିଲା। ଗାଡ଼ିର ଆଲୋକ ପଡ଼ିବାରୁ ବାଘଟି କିଛି ସମୟ ରାସ୍ତା କଡ଼ରେ ଛିଡ଼ା ହୋଇ ରହିବା ପରେ ଜଙ୍ଗଲ ଆଡ଼କୁ ଚାଲିଯାଇଥିଲା। ଏହି ସମୟରେ ଶ୍ରୀ ସାହୁ ନିଜ ମୋବାଇଲ୍‌ରେ ବାଘର ଗତିବିଧିକୁ କଏଦ କରିଥିଲେ, ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି।

ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ଓ ମୁଖ୍ୟ ରାସ୍ତାରେ ବାଘ ବୁଲୁଥିବା ଜଣାପଡ଼ିବା ପରେ ସାଇସୁରୁଣୀ ବନ ବିଭାଗ ତତ୍ପରତା ପ୍ରକାଶ କରିଛି। ବନ ବିଭାଗ ପକ୍ଷରୁ ବାଘକୁ ଠାବ କରିବା ପାଇଁ ‘ସର୍ଚ୍ଚ ଅପରେସନ’ ଜାରି ରହିଥିବା ସୂଚନା ମିଳିଛି। ଏ ସମ୍ପର୍କରେ ସ୍ଥାନୀୟ ବନ କର୍ମଚାରୀଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, “ଆମେ ଘଟଣାର ସତ୍ୟାସତ୍ୟ ଅନୁସନ୍ଧାନ କରୁଛୁ ଏବଂ ସନ୍ଧାନୀ ଦଳ ବାଘକୁ ଠାବ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ବାଘ ମିଳିବା ପରେ ହିଁ ଅଧିକ ତଥ୍ୟ ପ୍ରଦାନ କରାଯିବ।” ତେବେ ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିରୁ ତୁରନ୍ତ ବାଘର ଗତିବିଧି ଉପରେ ନଜର ରଖିବାକୁ ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?