ନୂଆପଡ଼ା ଜିଲାରେ ବାଘ ଆତଙ୍କ: ୨ଟି ଛେଳିକୁ ମାରି ଖାଇଲା

ନୂଆପଡ଼ା,୨୫।୮(ମକାରୁ ବେମାଲ): ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟରେ କିଛି ମାସ ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ବାଘ ୨ଟି ଛେଳିକୁ ଖାଇଥିବାବେଳେ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଶନିବାର ଅପରାହ୍ନରେ ବୋଡେନ ବ୍ଲକ ନାଗପଡା ପଞ୍ଚାୟତ ଖୋଲିଭିତର ଗଁାର କେତେଜଣ ଲୋକ ଜଙ୍ଗଲକୁ ଛେଳି ଚରାଇବାକୁ ନେଇଥିଲେ। ସେହି ସମୟରେ ହଠାତ୍‌ ଜଙ୍ଗଲରୁ ଏକ କଲରାପତରିଆ ବାଘ ଆସି ଚରୁଥିବା ଛେଳି ଉପରେ ଝାମ୍ପ ମାରିଥିଲା। ବାଘକୁ ଦେଖି ଛେଳି ଚରାଳିମାନେ ଭୟରେ ଦୌଡି ପଳାଇଥିଲେ। ଛେଳିଗୁଡ଼ିକ ମଧ୍ୟ ଏଣେତେଣେ ଦୌଡ଼ିଥିଲେ। ହେଲେ ଗୋଟିଏ ଛେଳିକୁ ବାଘ ଝାମ୍ପି ନେଇ ଶିକାର କରିଥିଲା। ଉକ୍ତ ଛେଳିଟି ଖୋଲିଭିତର ଗଁାର ଜୟସିଂ ଚିନ୍ଦାଙ୍କର ବୋଲି ଜଣାପଡ଼ିଛି। ସେହିପରି କୋମନା ବ୍ଲକ ସୋସେଙ୍ଗ ପଞ୍ଚାୟତ ରୁପିଆମ ଗଁାର କେତେଜଣ ଜଙ୍ଗଲକୁ ଛେଳି ଚରାଇବା ପାଇଁ ନେଇଥିଲେ। କମଳ ମାଝିଙ୍କ ଏକ ଛେଳିକୁ ବାଘ ଟେକି ନେଇ ଆହାର କରିଥିଲା। ୨ଟି ଛେଳିକୁ ବାଘ ଶିକାର କରିବା ପରେ ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଲୋକେ ଓ ପାହାଡ ତଳି ଗଁାର ଲୋକ ଆତଙ୍କିତ ଅବସ୍ଥାରେ ଅଛନ୍ତି। ପାହାଡ ତଳି ଗଁାମାନଙ୍କର ଲୋକେ ସବୁବେଳେ ଦଳ ଦଳ ହୋଇ ଯିବାଆସିବା କରୁଛନ୍ତି। ଖବରପାଇ ସୁନାବେଡା ବନ୍ୟପ୍ରାଣୀ ବିଭାଗ କର୍ମଚାରୀ ଓ କୋମନା ବନ ବିଭାଗ କର୍ମଚାରୀ ରବିବାର ଘଟଣାସ୍ଥଳରେ ପହଞ୍ଚତ୍ ବାଘର ଗତିବିଧି ଉପରେ ନଜର ରଖିଛନ୍ତି। ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଉଛି। ଏ ସଂକ୍ରାନ୍ତରେ ବନ୍ୟପ୍ରାଣୀ ବିଭାଗ ଏସିଏଫ୍‌ ସଞ୍ଜୀବ ବନଗୋଳାଙ୍କୁ ପଚାରିବାରୁ ସୁନାବେଡା ଅଭୟାରଣ୍ୟ ଭିତରେ ବାଘ ଆତଙ୍କ ଲାଗି ରହିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri