ଫୁଟ୍‌ବଲର ହେବାକୁ ଚାହୁଁଥିଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ରେ ଅନେକ ଉଦୀୟମାନ ତାରକା ରହିଥିବା ବେଳେ ବରିଷ୍ଠ ଅଭିନେତା ଜ୍ୟାକି ଶ୍ରଫ୍‌ଙ୍କ ପୁଅ ଟାଇଗର ଶ୍ରଫ୍‌ ସେମାନଙ୍କ ମଧ୍ୟରୁ ଅନ୍ୟତମ। ବଲିଉଡ୍‌ର ଏହି ଷ୍ଟାର ସନ୍ତାନ ଖୁବ୍‌ଶୀଘ୍ର ସଫଳତାର ଶୀର୍ଷକୁ ସ୍ପର୍ଶ କରିଛନ୍ତି। ଜୀବନରେ ଅନେକ ଉତ୍ଥାନ-ପତନ ଦେଇ ଗତି କରିଥିବା ଟାଇଗର୍‌ ଶନିବାର ନିଜ ୩୫ ତମ ଜନ୍ମଦିନ ବହୁ ଧୁମଧାମରେ ପାଳନ କରିଛନ୍ତି। ଏହି ଅବସରରେ ସେ ପିଲାଦିନେ ଫୁଟବଲର ହେବାକୁ ଚାହୁଥିବା ନେଇ ପ୍ରକାଶ କରିଛନ୍ତି।
ନିଜ ଜନ୍ମଦିନ ଅବସରରେ ଟାଇଗର୍‌ ଦେଇଥିବା ଏକ ସାକ୍ଷାତକାରରେ, ପିଲାବେଳୁ ସେ ଅଭିନୟ ପ୍ରତି ଆଗ୍ରହୀ ନ ଥିବା ଦର୍ଶାଇଛନ୍ତି। ପିଲାଦିନୁ ଫୁଟବଲ୍‌ ଖେଳ ପ୍ରତି ତାଙ୍କର ବେଶ୍‌ ଦୁର୍ବଳତା ଥିଲା ଓ ସେତେବେଳେ ସେ ଫୁଟବଲ୍‌ ଖେଳରେ ନିଜ କ୍ୟାରିୟର କରିବାକୁ ମନସ୍ଥ କରିଥିବା ଟାଇଗର କହିଛନ୍ତି। ଜ୍ୟାକି ଶ୍ରଫ୍‌ଙ୍କ ଭଳି ଜଣେ ଅଭିନେତାଙ୍କ ସନ୍ତାନ ହୋଇଥିବାରୁ ପିଲାବେଳେ ତାଙ୍କୁ ଅଭିନୟ କରିବାକୁ ବହୁ ଅଫର ଆସୁଥିବା ବେଳେ ସେଗୁଡିକୁ ସେ ମନା କରି ଦେଉଥିବା ନେଇ ଟାଇଗର୍‌ କହିଛନ୍ତି। ଫୁଟବଲ୍‌ରେ ଭାରତ ପାଇଁ ଖେଳିବାକୁ ଲକ୍ଷ୍ୟ ରଖିଥିବା ଟାଇଗର ପରେ ବିଶେଷ ସ୍କୋପ ନ ପାଇ ଅଭିନୟକୁ କ୍ୟାରିୟର ପାଇଁ ବାଛି ଥିବା ଏହି ସାକ୍ଷାତକାରରେ ପ୍ରକାଶ କରିଛନ୍ତି। ୨୦୧୪ରେ ‘ହିରୋପନ୍ଥି’ ଚଳଚ୍ଚିତ୍ରରୁ ଟାଇଗର ତାଙ୍କ ବଲିଉଡ୍‌ କ୍ୟାରୟର୍‌ ଆରମ୍ଭ କରିଥିବା ବେଳେ ଏହାପରେ ସେ ଆଉ ପଛକୁ ଫେରି ନାହାନ୍ତି। ନିଜର କଠିନ ପରିଶ୍ରମ ଓ ନିଖୁଣ ଅଭିନୟ ବଳରେ ବଲିଉଡ୍‌ରେ ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?