Posted inଜାତୀୟ

ପାକିସ୍ତାନ-ବାଂଲାଦେଶ ସୀମାରେ ବଢ଼ିବ କଡ଼ା ପହରା…

ନୂଆଦିଲ୍ଲୀ, ୧୮।୪ : ଅନୁପ୍ରବେଶକୁ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନ ଏବଂ ବାଂଲାଦେଶ ସୀମାରେ କଡ଼ା ପହରା ପାଇଁୟ ଯୋଜନା କରାଯାଇଛି। ଏହା ଅନ୍ତର୍ଗତ ଚଳିତ ବର୍ଷର ସାଢ଼େ ତିନି ମାସ ମଧ୍ୟରେ ପ୍ରାୟ ୯,୫୦୦ରୁ ଅଧିକ ଯବାନ ସୀମା ସୁରକ୍ଷା ବଳ (ବିଏସଏଫ) ରେ ଯୋଗ ଦେଇଛନ୍ତି। ଯବାନମାନଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସୀମାରେ ମୁତୟନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ବିଏସଏଫର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ଏହି ଯବାନମାନଙ୍କ ମଧ୍ୟରୁ ଅଧିକାଂଶ କନଷ୍ଟେବଳ ଭାବରେ ଫୋର୍ସରେ ପ୍ରବେଶ କରିଛନ୍ତି। ସେମାନଙ୍କୁ ଧୀରେ ଧୀରେ ପାକିସ୍ତାନ ଏବଂ ବାଂଲାଦେଶ ସହିତ ସୀମା ପୋଷ୍ଟ ଏବଂ ବାମପନ୍ଥୀ ଉଗ୍ରବାଦକୁ ନିୟନ୍ତ୍ରଣ କରିବା ଲାଗି ଆଭ୍ୟନ୍ତରୀଣ ସୁରକ୍ଷା କ୍ଷେତ୍ରରେ ନିୟୋଜିତ କରାଯିବା କାର୍ଯ୍ୟ ଜାରି ରହିଛି।

ତଥ୍ୟ ଅନୁଯାୟୀ, ଚଳିତ ବର୍ଷ ଜାନୁୟାରୀ ୧ ରୁ ଏପ୍ରିଲ ୧୩ ପର୍ଯ୍ୟନ୍ତ ମୋଟ ୯,୫୫୦ ଯବାନଙ୍କୁ ନିଯୁକ୍ତ କରାଯାଇଛି। ସେମାନଙ୍କ ମଧ୍ୟରୁ ୧,୭୦୦ ଜଣ ମହିଳା ରହିଛନ୍ତି। ଅସ୍ତ୍ରଶସ୍ତ୍ର ପରିଚାଳନା, ମାନଚିତ୍ର ଅଧ୍ୟୟନ, ବିପର୍ଯ୍ୟୟ ପରିଚାଳନା, ସୀମା ପରିଚାଳନା ଏବଂ ମାନବିକ ଅଧିକାର ଭଳି ବିଷୟଗୁଡିକରେ ୪୪ ସପ୍ତାହ ତାଲିମ ପ୍ରଦାନ କରାଯିବା ପରେ ବିଏସ୍‌ଏଫ୍‌ରେ ନିଯୁକ୍ତି ପ୍ରଦାନ କରାଯାଇଛି।

ଚଳିତ ବର୍ଷ ଯବାନଙ୍କ ନିଯୁକ୍ତି ସମ୍ପର୍କରେ ବିଏସଏଫ ଅଧିକାରୀ କହିଛନ୍ତି ଯେ ଅଧିକାଂଶ ନିଯୁକ୍ତି ଡ୍ୟୁଟି କ୍ୟାଡରର ହୋଇଥିବାବେଳେ କିଛି କର୍ମଚାରୀ ରେଡିଓ ଅପରେଟର ଏବଂ ଅନ୍ୟାନ୍ୟ ବିଶେଷ ଶାଖା ପାଇଁ ନିଯୁକ୍ତି ପାଇଛନ୍ତି। ଆଗାମୀ ଦିନରେ ଅଧିକ ଯବାନ ନିଯୁକ୍ତି କରାଯିବ ବୋଲି ସେ କହିଛନ୍ତି।

ଅଧିକାରୀ ଆହୁରି ସୂଚନା ଦେଇଛନ୍ତି ଯେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅଧୀନରେ ପ୍ରାୟ ୨.୬୫ ଲକ୍ଷ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ଭାରତର ସୀମା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଖାଲିଥିବା ପଦବୀ ପୂରଣ କରିବା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri