ମୋଦି ସରକାରଙ୍କ ହାତ ମୁଠା ଶକ୍ତ କର, ସବୁ ଯୋଜନାର ଫାଇଦା ନିଅ

ଦାରିଙ୍ଗବାଡ଼ି,୨୫।୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ମା’ ପାଟ୍ଟଖଣ୍ଡା ମନ୍ଦିର ପ୍ରାଙ୍ଗଣରେ ଭାଜପାର ଦାରିଙ୍ଗବାଡି ମଣ୍ଡଳ କର୍ମକର୍ତ୍ତାଙ୍କ ସାଙ୍ଗଠନିକ ବୈଠକ ଜିଲା ସଭାପତି ଜଗନ୍ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳ ଜିଲା ଗସ୍ତରେ ଥିବା ରାଷ୍ଟ୍ରୀୟ  ଅନୁସୂଚିତ ଜାତି ମୋର୍ଚ୍ଚାର ସାଧାରଣ ସମ୍ପାଦକ ସଞ୍ଜୟ ନିର୍ମଲ ଯୋଗଦେଇଥିଲେ। ବୈଠକରେ ସ୍ଥାନୀୟ କର୍ମକର୍ତ୍ତାଙ୍କୁ ବିଭିନ୍ନ କର୍ଣ୍ଣମନ୍ତ୍ର ଦେଇଥିଲେ
ସେହିପରି ଅଞ୍ଚଳରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ନିକଟରେ କିଭଳି ପହଞ୍ଚିବ ଏବଂ କେନ୍ଦ୍ରର ବିଭିନ୍ନ ଯୋଜନା ଗୁଡିକ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବାକୁ ସେ ପରାମର୍ଶ ଦେଇଥିଲେ। ଉପସ୍ଥିତ ଜନସାଧାରଣଙ୍କ ଅଭିଯୋଗଗୁଡିକ ଶୁଣିଥିଲେ ଏବଂ ଲୋକଙ୍କୁ କହିଲେ ଯେ, ମୋଦି ସରକାରଙ୍କ ହାତମୁଠାକୁ ଶକ୍ତିଶାଳୀ କରନ୍ତୁ ଏବଂ କେନ୍ଦ୍ର ଯେଉଁ  ସବୁ ସୁବିଧା ଗୁଡ଼ିକ ଲୋକଙ୍କ ପାଇଁ କରିଛି ସେ ସମସ୍ତ ଯୋଜନାର ସୁବିଧା ନେବାକୁ କହିଥିଲେ। ସେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି କହିଥିଲେ ଯେ ଓଡ଼ଶାରେ ବିକାଶ ହୋଇନି କେନ୍ଦ୍ରର ବିଭିନ୍ନ ଯୋଜନାକୁ ହଡପ କରାଯାଉଛି। ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲା ସାଧାରଣ ସମ୍ପାଦକ ମାନଗୋବିନ୍ଦ ପ୍ରଧାନ, ଲୋକସଭା ପ୍ରଭାରୀ ନିରଞ୍ଜନ ମିଶ୍ର, ଲୋକସଭା ସଞ୍ଜୋଜକ ରମେଶ ଚନ୍ଦ୍ର ମହାନ୍ତି, ଜିଲା କୃଷକ ମୋର୍ଚ୍ଚା ସଭାପତି ଅବନେଶ୍ୱର ପ୍ରଧାନ,ମଣ୍ଡଳ ସଭାପତି ସନ୍ତୋଷ ସାହୁ  ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri