Posted inଫୁରସତ

୩ ଛୁଆଙ୍କୁ ସାଥୀରେ ଧରି ଜଙ୍ଗଲରେ ବୁଲୁଛି ବାଘୁଣୀ, ଭାଇରାଲ ହେଉଛି ଭିଡିଓ

ଜଙ୍ଗଲ ରାସ୍ତାରେ ୩ ଛୁଆଙ୍କୁ ଧରି ଏକ ବାଘୁଣୀ ବୁଲୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓଟି ଆଇଏଏସ୍‌ ଅଧିକାରୀ ସୁପ୍ରିୟା ସାହୁଙ୍କ ଦ୍ୱାରା ତାଙ୍କ ଟୁଇଟର ପେଜ୍‌ରେ ଶେୟାର କରାଯାଇଛି। ଭିଡିଓରେ ଘଞ୍ଚ ବୁଦା ଭିତରେ ତିନିଟି ଛୁଆ ମା’ ବାଘୁଣୀ ପଛରେ ବୁଲୁଥିବାର ନଜର ଆସିଛନ୍ତି। ଯାହା ବହୁତ ଚମତ୍କାର ଦୃଶ୍ୟ।

ଭିଡିଓ ଶେୟାର କରି ସୁପ୍ରିୟା କ୍ୟାପଶନ ଲେଖିଛନ୍ତି, ‘ବାଘର ଦେଶ’। ଜଣେ ମା’ କିପରି ତା’ର ପିଲାମାନଙ୍କୁ ଶିକ୍ଷାଦିଏ ତାହା ଏହି ଭିଡିଓରେ ଦେଖିବାକୁ ମିଳିଛି। ବାଘୁଣୀ ଆଗେ ଆଗେ ଚାଲୁଛି। ପଛରେ ୩ ଛୁଆ ଚାଲୁଛନ୍ତି। କିଛି ବାଟ ଯିବା ପରେ ବାଘୁଣୀଟି ତା’ ପିଲାମାନଙ୍କୁ ଫେରିଚାହୁଁଛି। ପରେ ଛୁଆମାନେ ପୁଣି ମା’କୁ ଅନୁସରଣ କରି ତା’ ପଛେ ପଛେ ଚାଲୁଛନ୍ତି। ଭିଡିଓଟି ବେଶ୍‌ କୌତୂହଳପୂର୍ଣ୍ଣ।

ବର୍ତ୍ତମାନ ସୁଦ୍ଧା ଏହି ଭିଡିଓକୁ ୩୦ ହଜାରରୁ ଅଧିକ ଥର ଦେଖାସରିଲାଣି। ୟୁଜରମାନେ ଏଥିରେ ବେଶ୍‌ ମଜାଳିଆ କମେଣ୍ଟ ବି ଦେଉଥିବା ଦେଖିବାକୁ ମିଳିଛି। ଏହି ବିରଳ ଦୃଶ୍ୟ ଦେଖି ଅନେକ ଚକିତ ହୋଇଯାଇଛନ୍ତି। ସୁପ୍ରିୟା ମଧ୍ୟ ଭିଡିଓଟିକୁ ବହୁମାତ୍ରାରେ ଶେୟାର କରିବାକୁ ୟୁଜରମାନଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri