Posted inଜାତୀୟ

ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ଅଜିତ କୁମାର ନିଲମ୍ବିତ

ନୂଆଦିଲ୍ଲୀ,୧୪।୧୧: ମନିଲଣ୍ଡରିଂ ମାମଲାରେ ଗିରଫ ହୋଇ ତିହାର ଜେଲ୍‌ରେ ଥିବା ଏଏପି ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ସେଠାରେ ଭିଆଇପି ଅଭ୍ୟର୍ଥନା ମିଳୁଥିବା ଅଭିଯୋଗକ୍ରମେ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ନିଲମ୍ବନ କରାଯାଇଛି। ଜୈନଙ୍କୁ ଜେଲରେ ସ୍ବତନ୍ତ୍ର ସୁବିଧା ପ୍ରଦାନ କରାଯାଉଥିବା ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଭିଯୋଗ ଆଣିଥିଲା। ଏଥିପାଇଁ ତିହାର ୭ ନମ୍ବର ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ଅଜିତ କୁମାର ଦାନିସ୍କଙ୍କୁ ନିଲମ୍ବନ କରାଯାଇଛି। ପ୍ରାଥମିକ ତଦନ୍ତରୁ ଦିଲ୍ଲୀ ସରକାରଙ୍କ ଜେଲ୍‌ ବିଭାଗରେ ଅନିୟମିତତା ଚାଲିଥିବା ଜଣାପଡ଼ିଥିଲା। ମନିଲଣ୍ଡରିଂ ମାମଲାରେ ଜୈନଙ୍କ ଜାମିନ ଆବେଦନ ବିରୋଧରେ ସ୍ବତନ୍ତ୍ର ବିଚାରପତି ବିକାଶ ଧୁଲ୍‌ଙ୍କ ଅଦାଲତରେ ଯୁକ୍ତି ଉପସ୍ଥାପନ ବେଳେ ଇଡି ଉପରୋକ୍ତ ଅଭିଯୋଗ ଆଣିଥିଲା। କେତେଜଣ ଅଜଣା ବ୍ୟକ୍ତି ଜୈନଙ୍କୁ ମାଲିସ୍‌ କରିବା ସହ ତାଙ୍କୁ ସ୍ବତନ୍ତ୍ର ଖାଦ୍ୟ ଦିଆଯାଉଥିଲା ବୋଲି ଅତିରିକ୍ତ ସଲିସିଟର ଜେନେରାଲ (ଏଏସ୍‌ଜି) ଏସ୍‌.ଭି. ରାଜୁ କହିଥିଲେ। ଗତ ମେ’ ୩୦ରେ ଗିରଫ ହୋଇଥିବା ଦିଲ୍ଲୀ ମନ୍ତ୍ରୀ ଅଧିକାଂଶ ସମୟ ହସ୍ପିଟାଲରେ ରହୁଥିଲେ କିମ୍ବା ଜେଲ୍‌ରେ ବିଭିନ୍ନ ସୁବିଧା ଉପଭୋଗ କରୁଥିବାର ସିସିଟିଭି ଫୁଟେଜ୍‌ ଏଏସ୍‌ଜି ଅଦାଲତଙ୍କୁ ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri