ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ମହାକାଳପଡ଼ା ପୋଲିସ ଶନିବାର ଗିରଫ କରିଛି। ଅସୁସ୍ଥତା ସତ୍ତ୍ୱେ ତାଙ୍କୁ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରାଯାଇଛି। ତାଙ୍କ ନାମରେ ମହାକାଳପଡ଼ା ବିଡିଓ ରବି ନାରାୟଣ ଆଚାର୍ଯ୍ୟଙ୍କ ଅଭିଯୋଗ (ନଂ- ୧୭୦/୨୬) ଓ ପୋଲିସ ସବ୍‌ଇନ୍ସପେକ୍ଟର ତପସ୍ୱିନୀ ବିଶ୍ୱାଳଙ୍କ ଅଭିଯୋଗ (ନଂ- ୧୭୧/୨୬)ରେ ରୁଜୁ ହୋଇଥିବା ମାମଲାରେ ଜାମିନ ନାମଞ୍ଜୁର ହେବାରୁ କେନ୍ଦ୍ରାପଡ଼ା ଉପକାରାଗାରକୁ ପଠାଇ ଦିଆଯାଇଛି। ସେ ଅସୁସ୍ଥ ଥିବାରୁ ବାରିମୂଳ ଜେଲ କର୍ତ୍ତୃପକ୍ଷ ତାଙ୍କୁ କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଛନ୍ତି । ଜିଲା ମୁଖ୍ୟଚିକିତ୍ସାଳୟରେ ପିସିସି ସଭାପତି ଚାମେଲିଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ସହ ରାଜ୍ୟରେ ମହିଳାମାନେ ସୁରକ୍ଷିତ ନୁହନ୍ତି ବୋଲି କହିଛନ୍ତି ।
ସରପଞ୍ଚ ଓଝାଙ୍କ ଅଭିଯୋଗ ଅନୁଯାୟୀ, ଗତ ଗୁରୁବାର ମଧ୍ୟାହ୍ନରେ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ବିଡିଓଙ୍କ ସହ ଆଲୋଚନା ପାଇଁ ବ୍ଲକକୁ ଯାଇଥିଲେ। ସେଠାରେ କେତେକ ବ୍ୟକ୍ତି ସରପଞ୍ଚ ଓଝାଙ୍କୁ ଅଯଥା ଚାପ ସୃଷ୍ଟି କରାଯାଉଛି କହି ଆଲୋଚନାରେ ବାଧା ଦେଇଥିଲେ। ଏଥିପାଇଁ ସେ ନିଜ ମୋବାଇଲରୁ ଭିଡିଓ ରେକର୍ଡିଂ କରିଥିଲେ। ପରେ ବିଡିଓ ଆଚାର୍ଯ୍ୟଙ୍କ ନିର୍ଦ୍ଦେଶରେ ସମ୍ପୃକ୍ତ ବ୍ୟକ୍ତିମାନେ ଚାମେଲିଙ୍କ ମୋବାଇଲ ଛଡ଼ାଇବା, ଗ୍ୟାଙ୍ଗ ରେପ୍‌ କରି ମାରିଦେବା ପରି ଧମକ ଦେଇଥିଲେ।
ଥାନା ପୋଲିସ ଗାଡିରେ ୩ ଜଣ କର୍ମଚାରୀ ତାଙ୍କୁ ମାଡ଼ ମାରିଥିବା ସେ ଅଭିଯୋଗ କରିଛନ୍ତି। ଏଥିସହ ବିଧାୟକଙ୍କ ଆଶା ପୂରଣ ପାଇଁ ବିଡିଓ ଏବଂ ପୋଲିସ ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଅପରପକ୍ଷରେ ବିଡିଓ ଆଚାର୍ଯ୍ୟ ସରକାରୀ କାର୍ଯ୍ୟରେ ବାଧା ଓ ଭିଡିଓ ଉତ୍ତୋଳନ ମାଧ୍ୟମରେ ବିରକ୍ତିକର ପରିସ୍ଥିତି ସୃଷ୍ଟି ପାଇଁ ଅଭିଯୋଗ କରିଛନ୍ତି।
ସେହିପରି ଗାଡିରେ ଆଣିବା ସମୟରେ ଏସ୍‌ଆଇ ତପସ୍ୱିନୀ ବିଶ୍ୱାଳଙ୍କୁ ସରପଞ୍ଚ ଓଝା ଆକ୍ରମଣ କରିଥିବା ଥାନା ପୋଲିସ ଅଭିଯୋଗ କରିଛି । ଅପରପକ୍ଷରେ ଗତ ଗୁରୁବାର ଅପରାହ୍ନରେ ସରପଞ୍ଚ ଓଝା ଥାନାରେ ଅସୁସ୍ଥ ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଥିଲା।
ଏହି ଘଟଣାରେ ବିଭିନ୍ନ ରାଜନୈତିକ ଦଳ ରାଜ୍ୟ ସରକାରଙ୍କ ମହିଳା ବନ୍ଦନ ଯୋଜନାକୁ କଟୁ ସମାଲୋଚନା କରିବା ସହ ଜିଲା କଂଗ୍ରେସ ପକ୍ଷରୁ ଥାନା ସମ୍ମୁଖରେ ପୂର୍ୱାହ୍ନରୁ ନ୍ୟାୟ ଦାବି କରି ଗଣବିକ୍ଷୋଭ ହୋଇଛି। ଏସ୍‌ପିଙ୍କୁ ବିଭିନ୍ନ ସଂଗଠନ ଓ ରାଜନୈତିକ ଦଳ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri