Posted inଜାତୀୟ

ଭାରତରେ ବ୍ୟାନ୍‌ ହେବା ପରେ ପ୍ରତିକ୍ରିୟା ରଖିଲା ଟିକ୍‌ଟକ୍‌

ନୂଆଦିଲ୍ଲୀ,୩୦।୬: ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଦେଖାଦେବା ପରେ ଲଦାଖ ଘାଟିରେ ଉତ୍ତେଜନା ଜାରି ରହିଛି। ପୂର୍ବରୁ ଦୁଇ ଦେଶ ମଧ୍ୟରେ କମାଣ୍ଡର ସ୍ତରୀୟ ଆଲୋଚନା ହୋଇଥିଲେ ମଧ୍ୟ ଏହାର କୌଣସି ନିଷ୍କର୍ସ ବାହାରିପାରୁ ନାହିଁ। ଅନ୍ୟପଟେ ସୋମବାର ମୋଦି ସରକାର ଦେଶରେ ଟିକ୍‌ଟକ୍‌ ସମେତ ୫୯ଚାଇନା ଆପ୍‌ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ପ୍ରତିରକ୍ଷା, ସୁରକ୍ଷା ଓ ଗୋପନୀୟତା ଦୃଷ୍ଟିରୁ ସରକାର ଏଭଳି ନିଷ୍ପତ୍ତି ନେଇତିବା ଜଣାପଡ଼ିଛି। ତେବେ ସରକାରଙ୍କ ଏହି ନିଷ୍ପତ୍ତି ପରେ ଏବେ ଟିକ୍‌ଟକ୍‌ ପକ୍ଷରୁ ସ୍ପଷ୍ଟୀକରଣ ରଖାଯାଇଛି। ଯେଉଥିଁରେ କୁହାଯାଇଛି ଯେ, କୌଣସି ୟୁଜର୍ସଙ୍କ ତଥ୍ୟ ଅନ୍ୟ ଦେଶକୁ ଦିଆଯାଇନାହିଁ। ଏପରିକି ଚାଇନାକୁ ମଧ୍ୟ ନୁହେଁ। ସୂଚନାଯୋଗ୍ୟ, ସୋମବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶରେ ୫୯ ଚାଇନା ଆପ୍‌ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ଆପ୍‌ ମଧ୍ୟରେ ଭାରତରେ ଲୋକପ୍ରିୟତା ସୃଷ୍ଟି କରିଥିବା ଟିକ୍‌ଟକ୍‌ ମଧ୍ୟ ସାମିଲ ରହିଛି। ଏହାକୁ ବ୍ୟାନ କରାଯିବା ସହ ସଂପୃକ୍ତ ବିଭାଗ ପକ୍ଷରୁ ଏକ ସ୍ପଷ୍ଟୀକରଣ ମଗାଯାଇଥିଲ। ମଙ୍ଗଳବାର ଟିକ୍‌ଟକ୍‌ ଇଣ୍ଡିଆ ମୁଖ୍ୟ ନିଖିଲ ଗାନ୍ଧୀ ତଥ୍ୟ ଚୋରି ଉପରେ ସ୍ପଷ୍ଟୀକରଣ ରଖିଛନ୍ତି। ସେ କହିଛନ୍ତି, ଜୁନ ୨୯ରେ ଟିକ୍‌ଟକ୍‌ ସମେତ ୫୯ ଆପ୍‌କୁ ବ୍ଲକ୍‌ କରିବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ। ତେବେ ସରକାରଙ୍କ ନିର୍ଦ୍ଦେଶ ପାଳନ କରିବାକୁ ଯାଇ ଟିକ୍‌ଟକ୍‌କୁ ବ୍ଲକ କରିବା ପ୍ରକ୍ରିୟା ଜାରି ରହିଛି। କିନ୍ତୁ ଆପ୍‌ ପକ୍ଷରୁ କୌଣସି ୟୁଜର୍ସଙ୍କ ଗୋପନୀୟତା ଓ ତଥ୍ୟ ଅନ୍ୟ କୌଣସି ଦେଶକୁ ଦିଆଯାଇନାହିଁ। ଏପରିକି ଚାଇନାକୁ ମଧ୍ୟ ଦିଆଯାଇନାହିଁ ବୋଲି ନିଜ ସଫେଇରେ ଟିକ୍‌ଟକ୍‌ ଇଣ୍ଡିଆ ମୁଖ୍ୟ ନିଖିଲ କହିଛନ୍ତି। ଅପରପକ୍ଷେ ଲଦାଖରେ ଉତ୍ତେଜନା ମଧ୍ୟରେ ସରକାରଙ୍କ ଏହି ନିଷ୍ପତ୍ତି ଜରିଆରେ ଚାଇନାକୁ ଏକ କଡ଼ା ଜବାବ ଦିଆଇଛି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social)…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?