ଭାରତର ସମସ୍ତ କର୍ମଚାରୀଙ୍କୁ ବରଖାସ୍ତ କଲା ‘ଟିକ୍‌ଟକ୍‌’

ନୂଆଦିଲ୍ଲୀ,୧୦।୧: ଚାଇନାର କମ୍ପାନୀ ବାଇଟ୍‌ଡାନ୍ସ ଭାରତରେ ଏହାର ଆପ ‘ଟିକଟକ୍‌’ର ସମସ୍ତ କର୍ମଚାରୀଙ୍କୁ ବରଖାସ୍ତ କରିଛି। କର୍ମଚାରୀମାନଙ୍କୁ ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ ଇ-ମେଲ ପଠାଯାଇଛି। ଏଥିରେ କମ୍ପାନୀ କହିଛି ଯେ ଫେବୃଆରୀ ୨୮ ଏହି କମ୍ପାନୀରେ କର୍ମଚାରୀଙ୍କର ଶେଷ କାର୍ଯ୍ୟ ଦିବସ ଥିଲା। ଏହାର ପ୍ରତିବଦଳରେ କମ୍ପାନୀ ପ୍ରଭାବିତ କର୍ମଚାରୀମାନଙ୍କୁ ୯ ମାସର ଦରମା ପ୍ରଦାନ କରିବ।

ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ସପ୍ତାହ ଆରମ୍ଭରେ ଭାରତରେ କାମ କରୁଥିବା ୪୦ ଜଣ କର୍ମଚାରୀଙ୍କୁ ପିଙ୍କ ସ୍ଲିପ ଦିଆଯାଇଛି। ଏହା ସହିତ କମ୍ପାନୀ ବହିଷ୍କୃତ ହେବାକୁ ଥିବା କର୍ମଚାରୀଙ୍କୁ ୯ ମାସର ଦରମା ଦେବ। କର୍ମଚାରୀମାନଙ୍କୁ ଏହା ମଧ୍ୟ କୁହାଯାଇଛି ଯେ ଏକ ନୂତନ ଚାକିରି ପାଇବା ପାଇଁ କମ୍ପାନୀ ଦ୍ୱାରା କିଛି ଲାଭ ମଧ୍ୟ ଦିଆଯିବ। ଏହା ପଛର କାରଣ ଉପରେ କମ୍ପାନୀ କହିଛି ଯେ ଚାଇନାର ଆପ୍‌ ଉପରେ ସରକାରଙ୍କ ଆଭିମୁଖ୍ୟ ଯୋଗୁଁ କମ୍ପାନୀ ଭାରତରେ ପୁଣିଥରେ କାର୍ଯ୍ୟ ଆରମ୍ଭ କରିପାରିବ ନାହିଁ।

କହିରଖୁଛୁ, ଜୁନ ୨୦୨୦ ରେ କେନ୍ଦ୍ର ସରକାର ଟିକଟକ୍‌ ସମେତ ପ୍ରାୟ ୩୦୦ ଚାଇନିଜ୍‌ ଆପକୁ ଜାତୀୟ ସୁରକ୍ଷା ଦର୍ଶାଇ  ନିଷିଦ୍ଧ କରିଥିଲେ। ଏହା ପରେ କମ୍ପାନୀର ଭାରତ କାର୍ଯ୍ୟାଳୟର ଅନେକ କର୍ମଚାରୀ ଦୁବାଇ ଏବଂ ବ୍ରାଜିଲର ଗ୍ରାହକଙ୍କ ପାଇଁ କାର୍ଯ୍ୟ କରୁଥିଲେ। ଯେତେବେଳେ ଭାରତରେ ଟିକଟୋକ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା, ସେତେବେଳେ କମ୍ପାନୀର ୨୦୦ ମିଲିୟନରୁ ଅଧିକ ବ୍ୟବହାରକାରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri