Posted inଖେଳ

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ କ୍ୟାଚ୍ ନେଇଥିବା ବିଶ୍ୱର ପ୍ରଥମ ଫିଲ୍ଡର ହେବାର ଗୌରବ ହାସଲ କରିଛନ୍ତି।

ତିଲକ ଏହି ବର୍ଷ ଏପର୍ଯ୍ୟନ୍ତ ମୋଟ ୨୬ଟି କ୍ୟାଚ୍ ଆୟତ୍ତ କରିସାରିଛନ୍ତି, ଯାହାକି ଗୋଟିଏ ବର୍ଷରେ କୌଣସି ବି ଫିଲ୍ଡରଙ୍କ ଦ୍ୱାରା ନିଆଯାଇଥିବା ସର୍ବାଧିକ କ୍ୟାଚ୍। ଏହି ସଫଳତା ସହ ସେ ଇଣ୍ଡୋନେସିଆର ଡାନିଏଲସନ୍ ହାଭୋଙ୍କୁ ପଛରେ ପକାଇଦେଇଛନ୍ତି, ଯିଏକି ୨୦୨୫ରେ ୨୫ଟି କ୍ୟାଚ୍ ନେଇ ପୂର୍ବ ରେକର୍ଡ ନିଜ ନାମରେ ରଖିଥିଲେ। ନ୍ୟୁଜିଲ୍ୟାଣ୍ଡ ଇନିଂସର ପ୍ରଥମ ତିନି ଓଭର ମଧ୍ୟରେ ଟିମ୍ ସାଇଫର୍ଟ ଏବଂ ଡେରିଲ୍ ମିଚେଲଙ୍କ ଦୁଇଟି ଶାଣିତ କ୍ୟାଚ୍ ଧରି ତିଲକ ଏହି ଐତିହାସିକ ସଫଳତା ହାସଲ କରିଥିଲେ।

ସୂଚନାଯୋଗ୍ୟ, ତିଲକ ବର୍ମା ଜଣେ ଚମତ୍କାର ଫିଲ୍ଡର ଭାବେ ପଡ଼ିଆର ସବୁ ପୋଜିସନ୍‌ରେ ଫିଲ୍ଡିଂ କରିବାର ଦକ୍ଷତା ରଖିଛନ୍ତି। ସେ ପାୱାରପ୍ଲେରେ ଲଙ୍ଗ୍ ଅଫ୍ ଏବଂ ଇନିଂସର ଶେଷ ଭାଗରେ ଲଙ୍ଗ୍ ଅନ୍ ଓ ଲଙ୍ଗ୍ ଅଫ୍ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଫିଲ୍ଡିଂ କରିଥାନ୍ତି। ଫିଲ୍ଡିଂ ବ୍ୟତୀତ ସେ ଜଣେ ବିସ୍ଫୋରକ ବ୍ୟାଟର ମଧ୍ୟ, ଯଦିଓ ନିର୍ଦ୍ଦିଷ୍ଟ କୌଣସି ଗୋଟିଏ ନମ୍ବରରେ ବ୍ୟାଟିଂ ନକରିବା କାରଣରୁ ନିକଟ ଅତୀତରେ ତାଙ୍କ ଫର୍ମରେ ସାମାନ୍ୟ ଅବନତି ଦେଖାଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

‘ମୁଁ ଫୋନ୍ କରୁଥିଲି କିନ୍ତୁ…’… ବିରାଟ କୋହଲିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ DCର କୋଚ୍

ନୂଆଦିଲ୍ଲୀ,୨୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ବିରୋଧରେ ପୁଣିଥରେ ଏକ ବଡ଼ ଅଭିଯୋଗ ଆସିଛି। ପୂର୍ବତନ ଭାରତୀୟ ସ୍ପିନର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?