Posted inଖେଳ

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି ବଲ୍‌ରୁ ଅପରାଜିତ ୪୪ ରନ କରିଛନ୍ତି। ତାଙ୍କର ଏହି ଦ୍ରୁତ ଇନିଂସ ଭାରତର ସ୍କୋରକୁ ୨୪୯ ରନ୍‌ରେ ପହଞ୍ଚାଇଥିଲା। ଏହି ପ୍ରଦର୍ଶନ ସହ ତିଲକ ନିଜ ଟି-୨୦ କ୍ୟାରିୟର୍‌ରେ ୫୦୦୦ ରନ ପୂରଣ କରିଛନ୍ତି।
ରିପୋର୍ଟ ଅନୁସାରେ, ସେ ୧୭୪ଟି ଟି-୨୦ ମ୍ୟାଚ୍‌ରେ ଏହି ମାଇଲଖୁଣ୍ଟ ଛୁଇଁଛନ୍ତି। ତେବେ କେବଳ ରନ ସଂଖ୍ୟା ନୁହେଁ, ବ୍ୟାଟିଂ ହାରାହାରି ଓ ଷ୍ଟ୍ରାଇକ ରେଟକୁ ନେଇ ମଧ୍ୟ ତାଙ୍କର ଏକ ଉଲ୍ଲେଖନୀୟ ରେକର୍ଡ।
ଟି-୨୦ କ୍ରିକେଟ୍‌ରେ ୫୦୦୦ ରନ ପୂରଣ କରିଥିବା ୧୪୩ ଜଣ ବ୍ୟାଟର୍‌ଙ୍କ ମଧ୍ୟରେ ତିଲକ ଏକମାତ୍ର ଖେଳାଳି, ଯାହାଙ୍କ ବ୍ୟାଟିଂ ହାରାହାରି ୪୦ରୁ ଅଧିକ ଏବଂ ଷ୍ଟ୍ରାଇକ ରେଟ ୧୪୦ରୁ ଅଧିକ।
୨୦୨୬ରେ ଶେଷ ଚାରି ଓଭର୍‌ ଅର୍ଥାତ୍‌ ୧୬ରୁ ୨୦ତମ ଓଭର୍‌ ମଧ୍ୟରେ ତିଲକ ୧୭୮ଟି ବଲ୍‌ର ସାମ୍ନା କରି ୪୧୪ ରନ କରିଥିବା ରିପୋର୍ଟରେ କୁହାଯାଇଛି। ଏହି ସମୟରେ ତାଙ୍କ ଷ୍ଟ୍ରାଇକ ରେଟ ୨୩୨.୫୮ ଥିବା ଦାବି କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?