ଟଳିଲା ଜମ୍ଭୀରା ବିପଦ -ବନ୍ୟାଞ୍ଚଳ ବୁଲିଲେ ବିଜେଡି ରାଜ୍ୟ ସମ୍ପାଦକ

ବାରିପଦା ଅଫିସ,୨୪ା୯- ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ଜମ୍ଭୀରା ନଦୀ ଓ ମହାନ୍ତି ନାଳରେ ସୃଷ୍ଟି ହୋଇଥିବା ବନ୍ୟା ବିପଦ ଟଳିଛି। ଉପରମୁଣ୍ଡରେ ବର୍ଷା କମି ଥିବାରୁ ନଦୀର ଜଳପତ୍ତନ ହ୍ରାସ ପାଇଛି। ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଥିବା ଲୋକେ ଘରକୁ ଫେରିବା ଆରମ୍ଭ କରିଛନ୍ତି। ବିଜେଡି ରାଜ୍ୟ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗୁରୁବାର ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବା ସହ ବିପନ୍ନଙ୍କୁ ସହାୟତା ପ୍ରଦାନ କରିଛନ୍ତି ା ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ମୋରଡ଼ା ବିଧାୟକ ରାଜକିଶୋର ଦାସ, କୃଷି ନିଗମର ଅଧ୍ୟକ୍ଷ ଦେବାଶିଷ ମହାନ୍ତି, ଦେବାଶିଷ ମାରାଣ୍ଡି ଓ ଅଞ୍ଚଳର ନେତୃବୃନ୍ଦ ବନ୍ୟା ବିପନ୍ନଙ୍କ ସହ ଆଲୋଚନା କରି ସହାୟତା ଯୋଗାଇ ଦେଇଛନ୍ତି।
ରାସଗୋବିନ୍ଦପୁର ଓ ମୋରଡ଼ା ବ୍ଲକର ଅନେକ ଗ୍ରାମରେ ବନ୍ୟା ଜଳ ପ୍ରବେଶ କରିଥିଲା ା ବହୁ ଲୋକ ପାଣି ଘେରରେ ରହି ଯାଇଥିବାରୁ ପ୍ରଶାସନ ପକ୍ଷରୁ ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରି ଖାଦ୍ୟ ଯୋଗାଇ ଦିଆଯାଉଛି। ଏବେବି ବହୁ ଗ୍ରାମ ପାଣି ଘେରରେ ରହିଛି। ଚାଳ ଓ ମାଟିକାନ୍ଥ ଘର ପାଣିରେ ବୁଡ଼ି ଯାଇଥିବାରୁ ତାହା ବିପଦ ସଙ୍କୁଳ ଅବସ୍ଥାରେ ରହିଛି। କାନ୍ଥ ଭୁଶୁଡ଼ିବା ପରିସ୍ଥିତିକୁ ଲକ୍ଷ୍ୟ ରଖି ପ୍ରଶାସନ ପକ୍ଷରୁ ଅଞ୍ଚଳବାସୀଙ୍କୁ ସଚେତନ କରାଯାଉଛି। ବନ୍ୟା ପାଣି ଛାଡ଼ି ଯାଇଥିବା ଅଞ୍ଚଳର ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଘରେ ପାଣି ପଶି ଯାଇଥିବାରୁ ରୋଷେଇ କରି ଖାଇବା କଷ୍ଟକର ହୋଇପଡୁଛି। ଧାନ ଓ ପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଗୃହପାଳିତ ପଶୁମାନଙ୍କ ଖାଦ୍ୟାଭାବ ଦେଖାଦେଇଛି। କ୍ଷୟକ୍ଷତି ଆକଳନ କରି ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା ଜଳମଗ୍ନ ଅଞ୍ଚଳରେ ଓଡ୍ରାଫ୍‌ ଓ ଦମକଳ ବାହିନୀ ସଜାଗ ରହିିଥିବା ବେଳେ ଉଭୟ ବ୍ଲକ ବିଡିଓ, ତହସିଲଦାର ଓ ଥାନାଧିକାରୀମାନେ ସତର୍କତାର ସହ ପରିସ୍ଥିତି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri