Posted inଖେଳ

ପେନ୍‌ଙ୍କୁ ଜରିମାନା

ଦୁବାଇ,୧୧।୧(ପି.ଟି.): ଅମ୍ପାୟରଙ୍କ ନିଷ୍ପତ୍ତିରେ ଅସନ୍ତୋଷ ଜାହିର କରି ଅଷ୍ଟ୍ରେଲିଆ ଅଧିନାୟକ ଟିମ୍‌ ପେନ୍‌ ଜରିମାନାର ସମ୍ମୁଖୀନ ହୋଇଛନ୍ତି। ସିଡ୍‌ନୀରେ ଚାଲିଥିବା ଭାରତ ବିପକ୍ଷ ତୃତୀୟ ଟେଷ୍ଟର ତୃତୀୟ ଦିନରେ ଅମ୍ପାୟରଙ୍କ ଏକ ନିଷ୍ପତ୍ତିରେ ଅସହମତି ପ୍ରକାଶ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଆଚରଣ ବିଧି ନିୟମ ୨.୮ର ଉଲ୍ଲଂଘନ କରି ପେନ୍‌ ମ୍ୟାଚ ପାଉଣାର ୧୫ ପ୍ରତିଶତ ଜରିମାନା ଆକାରରେ ପୈଠ କରିବେ ବୋଲି କୁହାଯାଇଛି। ଏଥିସହିତ ପେନ୍‌ଙ୍କ ଉପରେ ଗୋଟିଏ ଡିମେରିଟ୍‌ ପଏଣ୍ଟ ଜାରି କରାଯାଇଛି। ୨୪ ମାସରେ ପେନ୍‌ ପ୍ରଥମଥର ପାଇଁ ଏଭଳି ତ୍ରୁଟି କରିଛନ୍ତି ବୋଲି ଆଇସିସି ତରଫରୁ କୁହାଯାଇଛି।
ଭାରତ ପ୍ରଥମ ଇନିଂସର ୫୬ତମ ଓଭରରେ ଚେତେଶ୍ୱର ପୂଜାରାଙ୍କ ବିପକ୍ଷରେ ଡିଆରଏସ୍‌ ରିଭ୍ୟୁ ନେଇଥିଲେ ଓ ଏଥିରେ ସଫଳ ହୋଇ ନ ଥିଲେ। ଫଳରେ ସେ ଅସନ୍ତୋଷ ଜାହିର କରିଥିଲେ। ପେନ୍‌ ମଧ୍ୟ ତାଙ୍କ ତ୍ରୁଟି ସ୍ବୀକାର କରିଛନ୍ତି। ଫଳରେ ଏ ନେଇ କୌଣସି ଶୁଣାଣିର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି। ଡେଭିଡ୍‌ ବୁନ୍‌ ତାଙ୍କ ଉପରେ ଜରିମାନା ଧାର୍ଯ୍ୟ କରିଛନ୍ତି। ଅନ୍‌ଫିଲ୍ଡ ଅମ୍ପାୟର ପଲ୍‌ ରିଫିଲ ଓ ପଲ୍‌ ଓ୍ବିଲସନ, ତୃତୀୟ ଅମ୍ପାୟର ବ୍ରୁସ୍‌ ଅକ୍ସେନଫୋର୍ଡ ଓ ଚତୁର୍ଥ ଅମ୍ପାୟର କ୍ଲେୟାର ପୋଲୋସାକ ପେନ୍‌ଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ଏହି ଅଭିଯୋଗରେ ଅତିକମ୍‌ରେ ଜଣେ ଖେଳାଳିଙ୍କୁ ତାଗିଦ କରାଯାଇଥାଏ ଓ ଅତିବେଶିରେ ମ୍ୟାଚ ପାଉଣାର ୫୦ ପ୍ରତିଶତ ଜରିମାନା ଧାର୍ଯ୍ୟ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri