Posted inଖେଳ

କୁନି ଝିଅର ଜୀବନ ପାଇଁ ଆଗେଇ ଆସିଲେ ସୌଦି

ଅକଲାଣ୍ଡ,୨୯।୬: ଟିମ୍‌ ଇଣ୍ଡିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ନ୍ୟୁଜିଲାଣ୍ଡ ପେସର ଟିମ୍‌ ସୌଦି ପିନ୍ଧିଥିବା ଜର୍ସିକୁ ନିଲାମ କରିବାକୁ ଯାଉଛନ୍ତି। ଏହି ପ୍ରକ୍ରିୟାରୁ ଆୟ ହେବାକୁ ଥିବା ଅର୍ଥ ବିରଳ କର୍କଟ ରୋଗର ପୀଡ଼ିତ ୮ ବର୍ଷୀୟା କୁନି ଝିଅର ଚିକିତ୍ସାରେ ଖର୍ଚ୍ଚ ହେବ। ଏହି ଶାର୍ଟରେ ରହିଛି ନ୍ୟୁଜିଲାଣ୍ଡ ଦଳୀୟ ଖେଳାଳିଙ୍କ ହସ୍ତାକ୍ଷର।

୨୦୧୮ଠାରୁ ନ୍ୟୁରୋବ୍ଲାଷ୍ଟୋମା ନାମକ ବିରଳ କର୍କଟ ରୋଗରେ ପୀଡ଼ିତ ୮ ବର୍ଷୀୟା ହୋଲି ବେଟି। ୩୨ ବର୍ଷୀୟ ପେସର କିଛି ବର୍ଷ ତଳେ ବେଟିଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଜାଣିବାକୁ ପାଇଥିଲେ। ସେବେଠୁ ସେ ତାଙ୍କୁ ଚିକିତ୍ସାରେ ସାହାଯ୍ୟ କରିବାକୁ ଉଦ୍ୟମ କରୁଛନ୍ତି।

”ହୋଲିଙ୍କୁ ସମର୍ଥନ କରିବା ପାଇଁ ଡବ୍ଲ୍ୟୁଟିସି ଫାଇନାଲରେ ପିନ୍ଧିଥିବା ଶାର୍ଟକୁ ନିଲାମ କରୁଛି। ଏଥିରୁ ଆୟ ହେବାକୁ ଥିବା ସମସ୍ତ ଅର୍ଥ ବେଟିଙ୍କ ପରିବାରକୁ ପ୍ରଦାନ କରାଯିବ। କିଛି ବର୍ଷ ତଳେ ତାଙ୍କ କାହାଣୀ ସମ୍ପର୍କରେ ଜାଣିବାକୁ ପାଇଥିଲା ମୋ ପରିବାର। ଅଧିକ ଚିକିତ୍ସା ଦରକାର ଥିବା ଜାଣିବାକୁ ପାଇବା ପରେ ତାଙ୍କୁ ସାହାଯ୍ୟ କରିବା ପାଇଁ ମୁଁ ବାଟ ଖୋଜୁଥିଲି। ଆଶା କରୁଛି, ଏହି ଶାର୍ଟ ମାଧ୍ୟମରେ ବେଟିଙ୍କ ପରିବାରକୁ ମୁଁ ସାହାଯ୍ୟ କରିପାରିବି। ଜଣେ ବାପା ହିସାବରେ ବେଟିଙ୍କ ପ୍ରତି ମୋ ସମବେଦନା ରହିଛି“ ବୋଲି ସୌଦି ଇନଷ୍ଟାଗ୍ରାମରେ ଜର୍ସିର ଫଟୋ ସହ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri