Posted inଖେଳ

‘ବିରାଟଙ୍କ କାନ୍ଧରୁ କମ୍‌ ହୋଇଗଲା ବୋଝ’

ନୂଆଦିଲ୍ଲୀ,୨୧।୧୨: ସମସ୍ତ ତିନୋଟି ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ଥିବା ବିରାଟ କୋହଲିଙ୍କୁ ବର୍ତ୍ତମାନ କେବଳ ଟେଷ୍ଟର ଦାୟିତ୍ୱ ଦିଆଯାଇଛି। କୋହଲି ଟି-୨୦ ବିଶ୍ୱକପ ପରେ ଏହି ଫର୍ମାଟର ଅଧିନାୟକତ୍ୱ ଛାଡିଛନ୍ତି। ଏହାପରେ ଦକ୍ଷିଣ ଆଫ୍ରିକା ଗସ୍ତକୁ ଯିବା ପୂର୍ବରୁ କୋହଲିଙ୍କ ହାତରୁ ଦିନିକିଆ ଦଳର ନେତୃତ୍ୱକୁ ଛଡ଼ାଇ ନିଆଯାଇଛି। ଏପରିକି କୋହଲିଙ୍କ ସ୍ଥାନରେ ରୋହିତ ଶର୍ମାଙ୍କୁ ଉଭୟ ଫର୍ମାଟରେ ଅଧିନାୟକତ୍ୱ ଦାୟିତ୍ୱ ଦିଆଯାଇଛି।

ବିରାଟଙ୍କୁ ହଠାତ ଦିନିକିଆ ଦଳର ନେତୃତ୍ୱ ନେବାରୁ ହଟାଇବା ପରେ କ୍ରିକେଟରଙ୍କ ପ୍ରଶଂସକମାନେ ନିରାଶ ହୋଇଛନ୍ତି। ଏହି ସମୟରେ ନ୍ୟୁଜିଲ୍ୟାଣ୍ଡର ଦ୍ରୁତ ବୋଲର ଟିମ ସାଉଦି ଏଭଳି ବିବୃତ୍ତି ଦେଇଛନ୍ତି ଯାହା କୋହଲିଙ୍କ ପ୍ରଶଂସକଙ୍କୁ ଆଘାତ ଦେଇପାରେ। ସାଉଦି କହିଛନ୍ତି, ସୀମିତ ଓଭର ଫର୍ମାଟରେ ଅଧିନାୟକ ନ ରହିବା ଯୋଗୁ କୋହଲିଙ୍କ କାନ୍ଧରୁ ଏକ ବଡ ବୋଝ କମ୍‌ ହୋଇଛି।

କିୱି ବୋଲର ସାଉଦି ଆମାଜନ ପ୍ରାଇମ ଭିଡିଓକୁ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି, ଭାରତର ଅଧିନାୟକ ହେବା କ’ଣ ଏବଂ ଏହା କେତେ ଚାପଯୁକ୍ତ ଥିଲା ମୁଁ ଜାଣେ ନାହିଁ। କେବଳ ଭାରତୀୟ ଟିମ୍‌ରେ ନୁହେଁ ବରଂ ଆଇପିଏଲ୍‌ରେ ମଧ୍ୟ ଚାପ ରହିଛି। ସେ ଏହା ଅନେକ ଥର କରିଛନ୍ତି। ଜଣେ ପ୍ରଶଂସକଙ୍କ ଦୃଷ୍ଟିକୋଣରୁ କୋହଲିଙ୍କୁ ନିଜର ସମସ୍ତ ଶକ୍ତି ଅଧିନାୟକତ୍ୱ (ଟେଷ୍ଟ), ବ୍ୟାଟିଂ ଏବଂ ଫିଲ୍ଡିଂ ଉପରେ ଲଗାଉଥିବା ଦେଖିବା ମଜାଦାର ହେବ। ମୁଁ ନିଶ୍ଚିତ ଯେ ତାଙ୍କ କାନ୍ଧରୁ ଓଜନ କମିଛି। କୋହଲି ଯେଉଁ ପ୍ରକାରର ବ୍ୟକ୍ତି, ସେ ତାଙ୍କର ଅବଶିଷ୍ଟ ଦିନଗୁଡ଼ିକରେ ନିଜ ଯୋଗଦାନ ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri