ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ ଗାଡ଼ି।

ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତିରେ ଏକ କାଠ ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ପାଇ ବାଲେଶ୍ୱର ରେଞ୍ଜର ମନୁଆର ଖାନଙ୍କ ନିର୍ଦ୍ଦେଶରେ ବନ କର୍ମଚାରୀମାନେ ଘଟଣାସ୍ଥଳକୁ ଯାଇଥିଲେ। ବନ କର୍ମଚାରୀ କାଠ ଗାଡ଼ିଟିକୁ ଜବତ କରିବାକୁ ଚେଷ୍ଟା କରୁଥିବା ବେଳେ ସେଠାରେ ସଂଘବଦ୍ଧ ଭାବେ କାଠ ମାଫିଆମାନେ ପହଞ୍ଚିଥିଲେ। ସେମାନେ ଜଣେ ବନରକ୍ଷୀଙ୍କୁ ଆକ୍ରମଣ କରିବା ସହ ବନ ବିଭାଗର ଗାଡ଼ି କାଚ ଭାଙ୍ଗି ଦେଇଥିଲେ। ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି କରି ମାଫିଆମାନେ ଜବତ ହୋଇଥିବା କାଠ ଗାଡ଼ିଟିକୁ ଛଡ଼ାଇ ନେଇ ଚମ୍ପଟ ମାରିଥିଲେ।

ରେଞ୍ଜର ମନୁଆର ଖାନଙ୍କ କହିବା ଅନୁଯାୟୀ, ଏହା କାଠ ମାଫିଆଙ୍କ ଏକ ସୁଚିନ୍ତିତ ଯୋଜନା। ଯେତେବେଳେ ବି କୌଣସି ଗାଡ଼ି ଜବତ ହୁଏ, ସେମାନେ ବହୁ ସଂଖ୍ୟାରେ ଏକତ୍ରିତ ହୋଇ ବନ କର୍ମଚାରୀଙ୍କୁ ଭୟଭୀତ କରି ଗାଡ଼ି ଛଡ଼ାଇ ନିଅନ୍ତି। ଏହି ଘଟଣା ସମ୍ପର୍କରେ ବ୍ରହ୍ମପୁର ଥାନାରେ ଏକ ଲିଖିତ ଅଭିଯୋଗ କରାଯାଉଛି।

ଏହି ଘଟଣା ବାଲେଶ୍ୱରରେ ସକ୍ରିୟ ଥିବା ସଂଗଠିତ କାଠ ଚୋରା ଚାଲାଣକାରୀଙ୍କ ବଢୁଥିବା ସାହସ ଏବଂ ବନ କର୍ମଚାରୀଙ୍କ ସୁରକ୍ଷା ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri