ପଶ୍ଚିମବଙ୍ଗକୁ କାଠ ଚୋରାଚାଲାଣ

ଜଳେଶ୍ୱର, ୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ୧୪ ପଞ୍ଚାୟତ ରାଇବଣିଆ ଥାନା ଅଧୀନରେ ରହିଛି। ଏହି ଅଞ୍ଚଳରୁ ପ୍ରତିଦିନ ବହୁ ଜଙ୍ଗଲଜାତ ଦ୍ରବ୍ୟ ଓ ମୂଲ୍ୟବାନ କାଠ ପଶ୍ଚିମବଙ୍ଗକୁ ଚାଲାଣ ହୋଇଆସୁଛି ା ସୁବର୍ଣ୍ଣରେଖା ନଦୀର ବିଭିନ୍ନ ସ୍ଥାନରେ ଘରୋଇ କାଠପୋଲ ନିର୍ମାଣ କରି ମାଫିଆମାନେ ରାଇବଣିଆ ଓ ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ କାଠ ପଶ୍ଚିମବଙ୍ଗକୁ ସିଧା ଚୋରାଚାଲାଣ କରୁଛନ୍ତି। ଏ ସମ୍ପର୍କରେ ଜଙ୍ଗଲ ବିଭାଗ ନିକଟରେ ଖବର ଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ା
କିନ୍ତୁ ରାଇବଣିଆ ଥାନାରେ ନୂତନ ଥାନା ଅଧିକାରୀ ଯୋଗ ଦେବା ପରେ ଚୋରା ବାଲିଗାଡ଼ି ଓ କାଠଗାଡ଼ି ଜବତ ହେବାରେ ଲାଗିଛି। ଗତ ରବିବାର ପୋଲିସ୍‌ ଏକ ଟ୍ରାକ୍ଟର (ନଂ.ଓଆର୍‌୦୧ପି-୪୦୩୮)କୁ ସନ୍ଦେହରେ ଜବତ କରିଛି ା
ସେଥିରୁ ଲକ୍ଷାଧିକ ଟଙ୍କାର ଶାଗୁଆନ୍‌ କାଠ ଜବତ ହୋଇଥିବା ବେଳେ ଏକ ମାମଲା(ନଂ.୧୧୭/୨୨) ରୁଜୁ ହୋଇଛି ା ଥାନା ଅଧିକାରୀ ପ୍ରଫୁଲ୍ଲ ମଲ୍ଲିକ, ଡ୍ରାଇଭର ଅବନୀ ଘୋଷଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହି ଟ୍ରାକ୍ଟରରେ ଉପରେ ଆକାଶିଆ କାଠ ଲଦା ଯାଇଥିବା ବେଳେ ଭିତରେ ଶାଗୁଆନ କାଠ ଚାଲାଣ ହୋଇ ଆସୁଥିବା ପୋଲିସ ନଜରକୁ ଆସିଛି। ରାଇବଣିଆ ଅଞ୍ଚଳରୁ କେବଳ କାଠ ନୁହେଁ, ମୋରମ୍‌, ପଥର, ମାଟି ମଧ୍ୟ ପଶ୍ଚିମବଙ୍ଗକୁ ପ୍ରତିଦିନ ଚାଲାଣ ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri