ଅବଧି ସରିଛି, ରାସ୍ତା ନିର୍ମାଣରେ ବିଳମ୍ବ

ଖଣ୍ଡପଡ଼ା,୨୩ା୨(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅଧିନ ଖଳିସାହି- ଆଡ଼କଟା ମୁଖ୍ୟ ରାସ୍ତାଠାରୁ କୁମ୍ଭାରପଡ଼ା ଗ୍ରାମ ଦେଇ ଖଡ଼ଗପ୍ରସାଦ ଗଁାକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ଏହି ରାସ୍ତାର ଉନ୍ନତିକରଣ ନିମନ୍ତେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ୨ କୋଟି ୨୦ଲକ୍ଷ ୯୫ ହଜାର ଟଙ୍କା ଆର୍ଥତ୍କ ଅନୁଦାନ ମଞ୍ଜୁର ହୋଇଛି । ୨୦୨୧ ଡିିସେମ୍ବର ୭ ରୁ ଆରମ୍ଭ ହୋଇଥିବା ରାସ୍ତା କାମ ୨୦୨୨ ସେପ୍ଟେମ୍ବର ୬ରେ ଶେଷ ହେବାର ଥିଲା। ଇତି ମଧ୍ୟରେ ୫ମାସରୁ ଊର୍ଦ୍ଧ୍ୱ ସମୟ ଅତିବାହିତ ହୋଇ ଥିଲେ ହେଁ କାମ ଅଧପନ୍ତରିଆ ହୋଇ ପଡ଼ି ରହିଛି । କେବେ ରାସ୍ତାରେ ପିଚୁ ପଡିବ ଏ ନେଇ ଅନିଶ୍ଚିତତା ଦେଖା ଦେଇଛି । ସଂରକ୍ଷିତ ଜଙ୍ଗଲ ନିକଟ ଦେଇ ରାସ୍ତାଟି ଯାଇଥିବାରୁ ଉକ୍ତ ଜଙ୍ଗଲରୁ ମୋରମ ଖୋଳି ରାସ୍ତାରେ ବ୍ୟବହାର କରାଯାଇଥିବାରୁ ରାସ୍ତା ପାର୍ଶ୍ୱରେ ଗତ୍ତର୍ର୍ ସୃଷ୍ଟି ହୋଇଛି । ସେହି ଗର୍ତ୍ତରେ ବର୍ଷା ଦିନେ ପାଣି ଜମି ରହି ରାସ୍ତା ପାଇଁ ବିପଦର କାରଣ ପାଲଟିବ ବୋଲି ସାଧାରଣରେ ଆଲୋଚନା ହେଉଛି । ଅଧପନ୍ତରିଆ ରାସ୍ତା ଯୋଗୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ କାର୍ଯ୍ୟକୁ ଶେଷ କରିବାକୁ ସାଧାରଣରେ ଦାବି ହେଉଛି। ବିଭାଗୀୟ ଉଚ୍ଚ କତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି। ଏ ସମ୍ପର୍କରେ ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀ ଜୟ ପଣ୍ଡା କହିଛନ୍ତି ନୂତନ ଟେକ୍‌ନୋଲୋଜିରେ ପିଚୁ କାମ କରିବା ପାଇଁ ନିର୍ଦ୍ଦେଶ ରହିଥିବାରୁ କାର୍ଯ୍ୟନିର୍ବାହୀମାନେ କାମ କରିବାକୁ ଅନିଚ୍ଛା ପ୍ରକାଶ କରୁଛନ୍ତି । ଖୁବ୍‌ଶୀଘ୍ର କାର୍ଯ୍ୟ ସମ୍ପନ୍ନ କରାଯିବାକୁ ବ୍ୟବସ୍ଥା କରାଯାଉଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?