ଅବଧି ସରିଛି, ରାସ୍ତା ନିର୍ମାଣରେ ବିଳମ୍ବ

ଖଣ୍ଡପଡ଼ା,୨୩ା୨(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅଧିନ ଖଳିସାହି- ଆଡ଼କଟା ମୁଖ୍ୟ ରାସ୍ତାଠାରୁ କୁମ୍ଭାରପଡ଼ା ଗ୍ରାମ ଦେଇ ଖଡ଼ଗପ୍ରସାଦ ଗଁାକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ଏହି ରାସ୍ତାର ଉନ୍ନତିକରଣ ନିମନ୍ତେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ୨ କୋଟି ୨୦ଲକ୍ଷ ୯୫ ହଜାର ଟଙ୍କା ଆର୍ଥତ୍କ ଅନୁଦାନ ମଞ୍ଜୁର ହୋଇଛି । ୨୦୨୧ ଡିିସେମ୍ବର ୭ ରୁ ଆରମ୍ଭ ହୋଇଥିବା ରାସ୍ତା କାମ ୨୦୨୨ ସେପ୍ଟେମ୍ବର ୬ରେ ଶେଷ ହେବାର ଥିଲା। ଇତି ମଧ୍ୟରେ ୫ମାସରୁ ଊର୍ଦ୍ଧ୍ୱ ସମୟ ଅତିବାହିତ ହୋଇ ଥିଲେ ହେଁ କାମ ଅଧପନ୍ତରିଆ ହୋଇ ପଡ଼ି ରହିଛି । କେବେ ରାସ୍ତାରେ ପିଚୁ ପଡିବ ଏ ନେଇ ଅନିଶ୍ଚିତତା ଦେଖା ଦେଇଛି । ସଂରକ୍ଷିତ ଜଙ୍ଗଲ ନିକଟ ଦେଇ ରାସ୍ତାଟି ଯାଇଥିବାରୁ ଉକ୍ତ ଜଙ୍ଗଲରୁ ମୋରମ ଖୋଳି ରାସ୍ତାରେ ବ୍ୟବହାର କରାଯାଇଥିବାରୁ ରାସ୍ତା ପାର୍ଶ୍ୱରେ ଗତ୍ତର୍ର୍ ସୃଷ୍ଟି ହୋଇଛି । ସେହି ଗର୍ତ୍ତରେ ବର୍ଷା ଦିନେ ପାଣି ଜମି ରହି ରାସ୍ତା ପାଇଁ ବିପଦର କାରଣ ପାଲଟିବ ବୋଲି ସାଧାରଣରେ ଆଲୋଚନା ହେଉଛି । ଅଧପନ୍ତରିଆ ରାସ୍ତା ଯୋଗୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ କାର୍ଯ୍ୟକୁ ଶେଷ କରିବାକୁ ସାଧାରଣରେ ଦାବି ହେଉଛି। ବିଭାଗୀୟ ଉଚ୍ଚ କତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି। ଏ ସମ୍ପର୍କରେ ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀ ଜୟ ପଣ୍ଡା କହିଛନ୍ତି ନୂତନ ଟେକ୍‌ନୋଲୋଜିରେ ପିଚୁ କାମ କରିବା ପାଇଁ ନିର୍ଦ୍ଦେଶ ରହିଥିବାରୁ କାର୍ଯ୍ୟନିର୍ବାହୀମାନେ କାମ କରିବାକୁ ଅନିଚ୍ଛା ପ୍ରକାଶ କରୁଛନ୍ତି । ଖୁବ୍‌ଶୀଘ୍ର କାର୍ଯ୍ୟ ସମ୍ପନ୍ନ କରାଯିବାକୁ ବ୍ୟବସ୍ଥା କରାଯାଉଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri