ଅଚଳ ସ୍ଲୁଇସ୍‌ ଗେଟ୍‌ ଚାଷୀଙ୍କ ପାଇଁ କାଳ

ବାହାନଗା, ୨୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ଏକ ଅଚଳ ସ୍ଲୁଇସ୍‌ ଗେଟ୍‌ ଚାଷୀଙ୍କ ପାଇଁ କାଳ ସାଜିଛି। ଫଳରେ ହଜାର ହଜାର ହେକ୍ଟର ଚାଷ ଜମିରେ ଏବେ ବନ୍ୟାଜଳ ପ୍ରବାହିତ ହେଉଛି। ଗତ ତିନିଦିନ ଧରି ଲଘୁଚାପଜନିତ ବର୍ଷା ହେବା ଫଳରେ ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହିତ ହୋଇ କାଂଶବାଂଶ ନଦୀରେ ପ୍ରବେଶ କରି ସମୁଦ୍ରରେ ମିଶିଥାଏ। ମାତ୍ର ଏହି ବନ୍ୟାଜଳ ନଦୀରୁ ଯାଇ ସମୁଦ୍ରରେ ପ୍ରବେଶ କରିବା ପରିବର୍ତ୍ତେ ଚାଷ ଜମିରେ ପଶୁଛି। ଏହିଭଳି ପ୍ରତିବର୍ଷ ହେଉଥିଲେ ମଧ୍ୟ ପ୍ରଶାସନ ସେଥିପ୍ରତି କୌଣସି ସ୍ଥାୟୀ ପଦକ୍ଷେପ ନ ନେବା ପରିତାପର ବିଷୟ। ତେବେ ଜାମୁକା ମୁହାଣ ଓ ନାଳ ଖନନ ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟବରାଦ କରିଥିଲେ ମଧ୍ୟ ଚାଷୀକୁଳର କୌଣସି ଦୁଃଖ ଦୂର ହେଉନାହିଁ।
ମୁହାଣ ନିକଟସ୍ଥ ବାଉଁଶଆଡିଆସ୍ଥିତ ବାରମାଣିଆଠାରେ ଥିବା ସ୍ଲୁଇସ୍‌ ଗେଟ୍‌ ଅକାମୀ ହେବାରୁ ସମୁଦ୍ରକୁ ବନ୍ୟାପାଣି ପ୍ରବେଶ କରିପାରୁନାହିଁ। ତେବେ ପ୍ରଶାସନ ଚାଷୀଙ୍କ ହିତ ପାଇଁ ସେହି ଅଚଳ ସ୍ଲୁଇସ୍‌ ଗେଟ୍‌ ସମ୍ପୂର୍ଣ୍ଣ ଭାଙ୍ଗି ଉଠାଇଦେଲେ ଏହି କୃତ୍ରିମ ବନ୍ୟାଦାଉରୁ ଚାଷୀମାନେ ରକ୍ଷା ପାଇବେ। ଏହି ଗେଟ୍‌ କେବଳ ଚିଙ୍ଗୁଡି ମାଫିଆଙ୍କ ହିତ ପାଇଁ ରହିଥିବା ଚାଷୀମାନେ ପ୍ରକାଶ କରିଛନ୍ତି। ଏହି ବନ୍ୟାପାଣି ବାଲିକ୍‌ତିରଣ, ଛତୁବାଟି, ପାଟିମୁଣ୍ଡା, ବାଂଶରପୁର, ଖରାସାହାପୁର, ଅଠିଲାବାଜ, ରାମତାଳିଆଡି ଓ ବାଉଁଶଆଡିଆ ଆଦି ଅଞ୍ଚଳର ହଜାର ହଜାର ହେକ୍ଟର ଚାଷ ଜମି ଉପରେ ପ୍ରବାହିତ ହୋଇରହିଛି। ଫଳରେ ବିଲରେ ଥିବା ଧାନଗଛ ସବୁ ପାଣିରେ ବୁୁଡି ପଚି ନଷ୍ଟ ହେବାକୁ ବସିଲାଣି। ଖରାସାହାପୁର ପଞ୍ଚାୟତର ଶଙ୍କରପଦା ନାଳଠାରେ ଡ୍ରେନେଜ ବିଭାଗ ଦ୍ୱାରା କରାଯାଇଥିବା ଅନ୍ୟ ଏକ ସ୍ଲୁଇସ୍‌ ଗେଟ୍‌ ଥିଲେ ମଧ୍ୟ ବନ୍ୟାପାଣିକୁ ସେ ଅଟକାଇବାରେ ସକ୍ଷମ ହେଉନାହିଁ। ତେବେ ବନ୍ୟାପାଣି ଉପରମୁଣ୍ଡରୁ ଏତେ ମାତ୍ରାରେ ଆସୁଛି ସେହି ଗେଟ୍‌ ଚାରିପାଖ ଦେଇ ପ୍ରବାହିତ ହୋଇ ଶଙ୍କରପଦା ଗ୍ରାମବାସୀଙ୍କ ପାଇଁ ବିପଦ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri