କଥା କଟାକଟି ହେଲା କାଳ: ଯୁବକଙ୍କୁ ପିଟିପିଟି ମାରିଦେଲେ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ ଜଣେ ବିବାହିତ ଯୁବକ ଗଣେଶ ଓରଫ୍‌ ମନୋଜ ବାଗ(୩୦)ଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ଲୋକେ ଏତଲା ଦେବା ପରେ ସ୍ଥାନୀୟ ସଦର ଥାନା ପୋଲିସ ଏକ ହତ୍ୟା ମାମଲା(ନଂ-୧୪୪/୨୫) ରୁଜୁ କରିଛି। ଏହି ଘଟଣାରେ ୨ଯୁବକଙ୍କୁ ଥାନାରେ ଅଟକ ରଖି ପଚାରାଉଚରା କରାଯାଉଥିବା ସୂଚନା ମିଳିଛି। ସେହିପରି ମଙ୍ଗଳବାର ପୂର୍ବାହ୍ନରେ ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରି ଘଟଣାର ଅଧିକ ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ରବିବାର ମୃତ ଗଣେଶ ତାଙ୍କ ଅନ୍ୟ ୨ଜଣ ସାଙ୍ଗଙ୍କ ସହିତ ଅତାବିରା ଥାନା କାଠଡ଼େରାକୁ ବାହୁଡ଼ାଯାତ୍ରା ଦେଖିବାକୁ ଯାଇଥିଲେ। ବାହୁଡ଼ାଯାତ୍ରା ଦେଖି ସାରି ସେମାନେ ଫେରିବା ବାଟରେ ରାତିରେ ସରସରା ନିକଟ ଏକ ଢ଼ାବାରେ ଖିଆପିଆ କରିଥିଲେ। ତେବେ ସେଠାରୁ ଖିଆପିଆ ସାରି ଘରକୁ ଯିବା ବାଟରେ କୌଣସି ଘଟଣାକୁ ନେଇ ସେମାନଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଗଣେଶଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ସେଠାରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ସୋମବାର ଅପରାହ୍ନରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?