Posted inଖେଳ

‘କୁମିନ୍ସଙ୍କୁ ନେତୃତ୍ୱ ଦେବାର ସମୟ ଆସିଯାଇଛି’

ମେଲବୋର୍ନ,୨୧।୧୧: ପେସର ପାଟ କୁମିନ୍ସଙ୍କୁ ଅଷ୍ଟ୍ରେଲିଆ ଟେଷ୍ଟ ଦଳର ନେତୃତ୍ୱ ଦେବାର ସମୟ ଆସିଯାଇଛି। ଏଭଳି କହିଛନ୍ତି ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ ଓ୍ବର୍ନ।

ଶୁକ୍ରବାର ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଉଇକେଟକିପର ଟିମ୍‌ ପେନ। ୪ ବର୍ଷ ତଳେ ସେ ଜଣେ ମହିଳାଙ୍କୁ ଅଶ୍ଳୀଳ ଫଟୋ ପଠାଇଥିଲେ। ଏହି ମାମଲାରେ ପୂର୍ବରୁ ତାଙ୍କୁ ଦୋଷମୁକ୍ତ କରାଯାଇଥିଲା। କିନ୍ତୁ ଉକ୍ତ ଫଟୋ ପୁଣି ଥରେ ସର୍ବସମ୍ମୁଖକୁ ଆସିବାରୁ ଗଣମାଧ୍ୟମ ଆଗରେ ଅଧିନାୟକ ପଦରୁ ଇସ୍ତଫା ଦେଇଥିଲେ ପାଇନ। ନେତୃତ୍ୱରେ ତାଙ୍କୁ ଉପ ଅଧିନାୟକ ଭାବେ ସାହାଯ୍ୟ କରିଥିଲେ କୁମିନ୍ସ। ୨୦୧୧ରେ ପଦାର୍ପଣ କରିଥିବା ୨୮ ବର୍ଷୀୟ ପେସର ଏପର୍ଯ୍ୟନ୍ତ ୩୨ ଟେଷ୍ଟରେ ୧୬୪ ଉଇକେଟ ନେଇଛନ୍ତି।

”ମୋ ମତରେ କୁମିନ୍ସଙ୍କୁ ନେତୃତ୍ୱ ଦାୟିତ୍ୱ ଦେବା ଲାଗି ଏହା ଉଚିତ ସମୟ। ଏ ସମ୍ପର୍କରେ ମୁଁ ଶୁକ୍ରବାର ପୂର୍ବରୁ ଚିନ୍ତା କରିଥିଲି। ପାଇନଙ୍କ ଅନୁପସ୍ଥିତିରେ ଅଷ୍ଟ୍ରେଲିଆର ପୋଷ୍ଟର ବୟ କୁମିନ୍ସଙ୍କୁ ଅଧିନାୟକ ପଦ ଦିଆଯିବା ଉଚିତ ହେବ। ଉଇକେଟକିପର ଭାବେ ମାଥ୍ୟୁ ଓ୍ବେଡ, ଜୋଶ ଇଙ୍ଗଲିସ କିମ୍ବା ଆଲେକ୍ସ କ୍ୟାରିଙ୍କ ମଧ୍ୟରୁ ଜଣଙ୍କୁ ସୁଯୋଗ ଦିଆଯିବା ଦରକାର। ମୁଁ ଇଙ୍ଗଲିସ ସମର୍ଥନ କରିବି। ଉଇକେଟ ପଛରେ ତାଙ୍କର ଭଲ ଦକ୍ଷତା ରହିଛି। ଏହା ସହିତ ସେ ଜଣେ ୩୬୦ ଡିଗ୍ରୀ ବ୍ୟାଟର। ଗତ ସିଜନରେ ଓ୍ବେଷ୍ଟର୍ନ ଅଷ୍ଟ୍ରେଲିଆ ପାଇଁ ସେ ୩ ଶତକ ଲଗାଇଥିଲେ। ଏଣୁ ତାଙ୍କୁ ଦଳରେ ସାମିଲ କରାଯାଉ“ ବୋଲି ଓ୍ବର୍ନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri