ରେଳଯାତ୍ରୀଙ୍କ ଜୀବନ ବଞ୍ଚାଇବା ପାଇଁ ସମୟୋଚିତ ପଦକ୍ଷେପ

ବଲାଙ୍ଗୀର,୧୩ା୧୧(ସୁନିଲ କୁମାର ମହାନ୍ତି): ପୂର୍ବତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବୁଧବାର ବଲାଙ୍ଗୀର ରେଳ ଷ୍ଟେଶନଠାରେ ପୂର୍ଣ୍ଣାଙ୍ଗ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା। ଏହି ଅବସରରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ (ଏନ୍‌ଡିଆର୍‌ଏଫ୍‌), ଓଡ଼ିଶା ବିପର୍ଯ୍ୟୟ ରାପିଡ୍‌ ଆକ୍ସନ ଫୋର୍ସ, ସ୍ଥାନୀୟ ପ୍ରଶାସନ, ରାଜ୍ୟ ଅଗ୍ନିଶମ ସେବା, ରାଜ୍ୟ ସ୍ବାସ୍ଥ୍ୟସେବା, ରେଳ ସ୍କାଉଟ୍ସ ଆଣ୍ଡ୍‌ ଗାଇଡ୍‌, ସ୍ଥାନୀୟ ଏନ୍‌ଜିଓ ଏବଂ ରେଳ ବିଭାଗର ସମସ୍ତ ବିଭାଗ ଅଂଶଗ୍ରହଣ କରିଥିଲେ। ଏହି ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ସମୟରେ ଆଧୁନିକ ଯନ୍ତ୍ରପାତି ଯଥା ରେଳ କୋଚ୍‌ କାଟିବା ମେଶିନ, ଅଗ୍ନି ନିର୍ବାପକ ଏବଂ ଶୀଘ୍ର ଚିକିତ୍ସା ସ୍ଥାନାନ୍ତର ଭଳି ଆଧୁନିକ ଉପକରଣ ଇତ୍ୟାଦି ବ୍ୟବହାର କରାଯାଇଥିଲା। କୌଣସି ଜରୁରୀ ପରିସ୍ଥିତିର ସଫଳ ମୁକାବିଲା କରିବା ପାଇଁ କିଭଳି ସମୟୋଚିତ ପଦକ୍ଷେପ ନିଆଯାଇ ରେଳଯାତ୍ରୀଙ୍କ ଧନ ଓ ଜୀବନ ବଞ୍ଚାଇ ହେବ ଏହାର ଅଭ୍ୟାସ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ରେଳମଣ୍ଡଳର ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ ଆନନ୍ଦ ସିଂ ଉପସ୍ଥିତ ରହି ଏହି ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ସ୍ଥାନ ପରିଦର୍ଶନ କରିଥିଲେ। ଏହି ଅଭ୍ୟାସ ରେଳବାଇ ଏବଂ ସମସ୍ତ ଅଂଶଗ୍ରହଣକାରୀ ସଂସ୍ଥାକୁ ଯେକୌଣସି ଅପ୍ରତ୍ୟାଶିତ ପରିସ୍ଥିତିର ଗଭୀର ତଥା ସମନ୍ବିତ ମୁକାବିଲା କରିବାରେ ସାହାଯ୍ୟ କରିବ ଯାହାଦ୍ୱାରା ପୀଡ଼ିତଙ୍କ ଅସୁବିଧା କମ୍‌ ହୋଇପାରିବ ଏବଂ ସମସ୍ତ ଏଜେନ୍ସିର ପ୍ରତିକ୍ରିୟା ସମୟକୁ କମ୍‌ କରିବାରେ ମଧ୍ୟ ସାହାଯ୍ୟ କରିବ ବୋଲି କହିଥିଲେ। ସମ୍ବଲପୁର ରେଳ ମଣ୍ଡଳ ବରିଷ୍ଠ ନିରାପତ୍ତା ଅଧିକାରୀ ଏସ୍‌ଏସ୍‌ ନାୟକ ବିପର୍ଯ୍ୟୟ ପରିଚାଳନାରେ ଯୋଗ ଦେଇଥିବା ସମସ୍ତ ବିଭାଗୀୟ କର୍ମକର୍ତ୍ତାମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ବଲାଙ୍ଗୀର ଅଗ୍ନିଶମ ବାହିନୀର କର୍ମଚାରୀ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri