ଟାଇମ୍ସ ନାଓ ବିଜ୍‌ନେସ ଏକ୍ସିଲେନ୍ସ ଆୱାର୍ଡ:ସୋଆକୁ ୭ ସମ୍ମାନ

ଭୁବନେଶ୍ୱର, ୨୪।୬(ଅସମାପିକା ସାହୁ):ପୂର୍ବ ଭାରତର ଶ୍ରେଷ୍ଠ ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ କଲେଜ ଭାବେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନିକାଲ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ(ଆଇଟିଇଆର) ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ବିଜ୍‌ନେସ ଆଣ୍ଡ୍‌ କମ୍ପ୍ୟୁଟର ଷ୍ଟଡିଜ୍‌(ଆଇବିସିଏସ)କୁ ‘ଟାଇମ୍ସ ନାଓ ବିଜ୍‌ନେସ ଏକ୍ସିଲେନ୍ସ ଆୱାର୍ଡ’ ପ୍ରଦାନ କରାଯାଇଛି। କୋଲକାତାଠାରେ ଅନୁଷ୍ଠିତ ଟାଇମ୍ସ ନାଓ ବିଜ୍‌ନେସ ଏକ୍ସିଲେନ୍ସ ଆୱାର୍ଡ ଇଷ୍ଟ ୨୦୨୪ରେ ସୋଆକୁ ମୋଟ ୭ଟି ସମ୍ମାନ ମିଳିଛି। ସେହିପରି ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସେସ ଆଣ୍ଡ୍‌ ସମ ହସ୍ପିଟାଲକୁ ରାଜ୍ୟର ଏକ ନମ୍ବର ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ଭାବେ ଏହାର ଅଙ୍କୋଲୋଜି, କାର୍ଡିଓଲୋଜି ଆଣ୍ଡ କାର୍ଡିଆକ ସର୍ଜରୀ, ୟୁରୋଲୋଜି, ନ୍ୟୁରୋଲୋଜି ଏବଂ ନେଫ୍ରୋଲୋଜି ବିଭାଗଗୁଡ଼ିକୁ ଶ୍ରେଷ୍ଠ ବିଭାଗ ଭାବେ ସମ୍ମାନ ପ୍ରଦାନ କରାଯାଇଛି।
ଅଭିନେତା, ନିର୍ଦ୍ଦେଶକ ତଥା ସାମାଜିକ କର୍ମୀ ସୋନୁ ସୁଦ, ବଲିଉଡ୍‌ ଓ ବଙ୍ଗଳା ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ତଥା ନିର୍ଦ୍ଦେଶକ ପରମବ୍ରତ ଚାଟାର୍ଜୀ ଏବଂ ଆଲାଏନ୍ସ ଫ୍ରାନ୍‌କେସ ଡୁ ବେଙ୍ଗଲର ନିର୍ଦ୍ଦେଶକ ନିକୋଲାସ ଫାସିନୋ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେଇ ସୋଆକୁ ୭ ସମ୍ମାନ ପ୍ରଦାନ କରିଥିଲେ। ସୋଆ ପକ୍ଷରୁ ବିଶ୍ୱବିଦ୍ୟାଳୟର କଣ୍ଟ୍ରୋଲର ଅଫ୍‌ ଏକ୍‌ଜାମିନେଶନ ପ୍ରଫେସର ମଞ୍ଜୁଳା ଦାସ ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ଶୁଭଦର୍ଶିନୀ ମିଶ୍ର ଅତିଥିଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ। ଏଥିସହ ଶିକ୍ଷା, ସ୍ବାସ୍ଥ୍ୟ, ଶିଳ୍ପ ଏବଂ ବିଭିନ୍ନ ଉନ୍ନତିମୂଳକ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନଗୁଡ଼ିକୁ ଟାଇମ୍ସ ନାଓ ବିଜନେସ ଏକ୍ସିଲେନ୍ସ ଆୱାର୍ଡ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri