Posted inଫୁରସତ

୧୩ ବର୍ଷ ବଡ ପ୍ରଦୀପଙ୍କ ପ୍ରେମରେ କେମିତି ପଡିଲେ ଆଇଏଏସ୍‌ ଟିନା ଡାବି

ନୂଆଦିଲ୍ଲୀ,୩୧।୩: ୨୦୧୫ରେ ୟୁପିଏସସି ପରୀକ୍ଷାରେ ଟପ୍ପର ହୋଇଥିବା ଟିନା ଡାବି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ଏବେ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ୨୦୧୩ ବ୍ୟାଚ ଆଇଏଏସ୍‌ ଅଧିକାରୀ ପ୍ରଦୀପ ଗାୱାଣ୍ଡେଙ୍କ ସହ ତାଙ୍କର ନିର୍ବନ୍ଧ ଶେଷ ହୋଇଛି। ଏହି ବିଷୟରେ ଟିନା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରୁ ଏକ ପୋଷ୍ଟ ଶେୟାର କରି ସୂଚନା ଦେଇଛନ୍ତି। ଗୋଟିଏ ପଟେ ଟିନାଙ୍କ ଏହି ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଥିବାବେଳେ ଲୋକମାନେ ତାଙ୍କୁ ଏକ ନୂତନ ଜୀବନର ଆରମ୍ଭ ପାଇଁ ଶୁଭେଚ୍ଛା ଜଣାଉଛନ୍ତି। ଅନ୍ୟପକ୍ଷରେ, ତାଙ୍କ ସ୍ବାମୀଙ୍କ ବିଷୟରେ ଜାଣିବାକୁ ଲୋକମାନେ ବହୁତ ଉତ୍ସାହିତ ଅଛନ୍ତି।
ଏକ ନୂତନ ଜୀବନ ଆରମ୍ଭ କରିବାକୁ ଯାଉଥିବା ଟିନା ଏବେ ରାଜସ୍ଥାନର ଅର୍ଥ ବିଭାଗର ଯୁଗ୍ମ ସଚିବ ଏବଂ ପ୍ରଦୀପ ରାଜସ୍ଥାନର ପ୍ରତ୍ନତତ୍ତ୍ୱ ଏବଂ ସଂଗ୍ରହାଳୟ ବିଭାଗର ନିର୍ଦ୍ଦେଶକ। ପ୍ରଦୀପ ୯ ଡିସେମ୍ବର ୧୯୮୦ରେ ଜନ୍ମ ହୋଇଥିଲେ ଏବଂ ଟିନାଙ୍କ ଠାରୁ ୧୩ ବର୍ଷ ବଡ। ପ୍ରଦୀପଙ୍କର ସମ୍ପୂର୍ଣ୍ଣ ନାମ ହେଉଛି ଗାୱାଣ୍ଡେ ପ୍ରଦୀପ କେଶୋରାଓ। ସରକାରୀ ମେଡିକାଲ କଲେଜ ନାଶିକରୁ ପ୍ରଦୀପ ଏମ୍‌ବିବିଏସ୍‌ କରିଛନ୍ତି। ପରେ ସେ ୟୁପିଏସ୍‌ସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ।
ତେବେ ନିଜ ଠାରୁ ୧୩ ବର୍ଷ ବଡ଼ ପ୍ରଦୀପଙ୍କ ପ୍ରେମରେ କେମିତି ପଡିଲେ ନେଇ ଏବେ ଚର୍ଚ୍ଚା ହେଉଛି। ଟିନା ନିଜ ପ୍ରେମ କାହାଣୀର ଖୁଲାସା କରିଛନ୍ତି। କରୋନା ଦ୍ୱିତୀୟ ଲହର ସମୟରେ ଉଭୟ ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ସମୟରେ ଦୁହେଁ ପରସ୍ପରକୁ ଜାଣିଥିଲେ। ୨୦୨୧ ଲକ୍‌ଡାଉନ୍‌ ସମୟରେ ଟିନା ଏବଂ ପ୍ରଦୀପଙ୍କ ମଧ୍ୟରେ ଘନିଷ୍ଠତା ବଢିବାକୁ ଲାଗିଥିଲା। ୪ ମାସ ଉଭୟ ପରସ୍ପରକୁ ଜାଣିବା ପରେ ଘରେ ଜଣାଇଥିଲେ। ବର୍ଷେ ପରେ ଉଭୟଙ୍କ ନିର୍ବନ୍ଧ ହୋଇଛି। ଟିନା କହିଛନ୍ତି, ପ୍ରତ୍ୟେକ ବ୍ୟକ୍ତିଙ୍କୁ ଜୀବନରେ ଦ୍ୱିତୀୟ ସୁଯୋଗ ମିଳିଥାନ୍ତି। ସବୁକିଛି ଭୁଲି ଆଗକୁ ବଢିବା ଉଚିତ୍‌। ଟିନାଙ୍କୁ ନିର୍ବନ୍ଧ କରିବା ପରେ ସୋସିଆଲ ମିଡିଆରେ ପ୍ରଦୀପଙ୍କ ଲୋକପ୍ରିୟତା ବୃଦ୍ଧି ପାଇଛି। ଇନ୍‌ଷ୍ଟାଗ୍ରାମରେ କିଛି ଘଣ୍ଟା ମଧ୍ୟରେ ୩ ହଜାରରୁ ବଢି ୪୫ ହଜାରରେ ପହଞ୍ଚିଛି। ଏବେ ବି ତାଙ୍କ ଫଲୋଅର୍ସ ସଂଖ୍ୟା ବଢିଚାଲିଛି।
ଏହାପୂର୍ବରୁ, ୨୦୧୫ରେ ଟିନା ପ୍ରଥମ ପ୍ରୟାସରେ ୟୁପିଏସ୍‌ସି ଟପ କରି ଚର୍ଚ୍ଚାରେ ରହିଥିଲେ। ସେ ୨୦୧୮ରେ ଆଇଏଏସ ଅତହର ଖାନଙ୍କୁ ବିବାହ କରିଥିଲେ। ୨୦୧୫ ୟୁପିଏସସି ପରୀକ୍ଷାରେ ଟିନା ପ୍ରଥମ ଏବଂ ଅମିର ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଉଭୟ ଟ୍ରେନିଂ ସମୟରେ ପ୍ରେମରେ ପଡିଥିଲେ ଏବଂ ପ୍ରାୟ ଏକ ବର୍ଷର ସମ୍ପର୍କ ପରେ ଦୁହେଁ ୨୦୧୮ ମସିହାରେ ବିବାହ କରିଥିଲେ। ୨୦୨୦ରେ ଉଭୟଙ୍କର ଛାଡପତ୍ର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri