ପାଣିର ସଦୁପଯୋଗ କରିବାକୁ ଚାଷୀଙ୍କୁ ଗୁରୁମନ୍ତ୍ର

କେସିଙ୍ଗା,୬।୧(ତୁମେଶ୍ୱର ସାହୁ ): କଳାହାଣ୍ଡି ଜଲା କେସିଙ୍ଗା ବ୍ଲକ ଅଧୀନ କନ୍ତେଶିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପରିସରରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ୨୦୨୬ ପାଳିତ ହୋଇଯାଇଛି। ସଭାପତି ତଥା ଅଧିକ୍ଷଣ ଯନ୍ତ୍ରୀ କ୍ଷୁଦ୍ର ଜଳସେଚନ ବିଭାଜନ କଳାହାଣ୍ଡି ଇ.ସରୋଜ ସାଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା।

ମହାପ୍ରଭୁ ଜଗନ୍ନାଥଙ୍କ ଫଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ବଳନ କରି ପୂଜାର୍ଚ୍ଚନା କରି ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ ଯୋଗଦେଇ। ସମ୍ମାନିତ ଅତିଥି ଭାବେ ଏମ୍‌.ରାମପୁର ସହ ନିର୍ବାହୀ ଯନ୍ତ୍ରୀ ଜୀତେନ୍ଦ୍ର କ୍ଷେସ, ଜୟପାଟଣା ସହ ନିର୍ବାହୀ ଯନ୍ତ୍ରୀ ତପନ କୁମାର ଦାସ, ଭବାନୀପାଟଣା ସହ ନିର୍ବାହୀ ଯନ୍ତ୍ରୀ ପ୍ରିୟଙ୍କା ଚୋଧୂରୀ ପ୍ରମୁଖ ଅତିଥିମାନେ ଯୋଗଦେଇ ଥିଲେ। ବିଭିନ୍ନ ପାଣି ପଞ୍ଚାୟତର ସଭାପତି, ସମ୍ପାଦକ ଏବଂ କୃଷକ ଅଂଶ ଗ୍ରହଣ କରିଥିଲେ।

ଏହି ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନରେ ଅଧିକ୍ଷଣ ଯନ୍ତ୍ରୀ କ୍ଷୁଦ୍ର ଜଳସେଚନ ବିଭାଜନ କଳାହାଣ୍ଡି ଇ.ସରୋଜ ଶା ପାଣିର ସଦୁପଯୋଗ କରିବା ସହ ପାଣି ପଞ୍ଚାୟତର ମୁଖ୍ୟ ଉଦ୍ଦେଶ୍ୟ ଏବଂ ଲକ୍ଷ ଉପରେ ଆଲୋକପାତ କରିଥିଲେ।

ଅତିଥି ଭାବେ ମଞ୍ଚାସିନ ଥିବା ଯନ୍ତ୍ରୀମାନେ ନିଜସ୍ବ ମତ ପ୍ରକାଶ କରିଥିଲେ। ଏହି ଅବସରରେ ପାଣି ପଞ୍ଚାୟତର ସଦସ୍ୟମାନେ ନିଜ ନିଜର ପାଣି ପଞ୍ଚାୟତର ବିଭିନ୍ନ ସମସ୍ୟା ଏବଂ ଏହାର ସମାଧାନ ନେଇ ଦାବି ଉପସ୍ଥାପନା କରିଥିଲେ।

କେସିଙ୍ଗା କ୍ଷୁଦ୍ର ଜଳ ସେଚନର ସହକାରୀ ଯନ୍ତ୍ରୀ ଜଗମୋହନ ନାଏକଙ୍କ ନେତୃତ୍ୱରେ ସ୍କୁଲର ଛାତ୍ରୀଛାତ୍ରଙ୍କୁ ନେଇ ଏକ ପ୍ରତିଯୋଗିତା କରାଯାଇଥିଲା। କୃତି ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ ସୁଧୀର ନାଏକ। ଉପସ୍ଥିତ ସମସ୍ତ ଚାଷୀ ଓ ଅଧିକାରୀମାନେ ସହ ଭାଗୀ ଜଳସେଚନପରିଚାଳନା ଉପରେ ଶପଥ ପାଠ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri