Posted inଜାତୀୟ

ମହାତ୍ମା ଗାନ୍ଧୀ ଯେଉଁଠି ଯାତ୍ରା କରିଥିଲେ ସେହିଠାରୁ ହିଁ ତ୍ରିରଙ୍ଗା ଯାତ୍ରାରେ ବାହାରିବ ଭାଜପା

ନୂଆଦିଲ୍ଲୀ,୯ ।୮: ଦେଶର ଭିନ୍ନ ଭିନ୍ନ ସ୍ଥାନରୁ ମଙ୍ଗଳବାର ତ୍ରିରଙ୍ଗା ଯାତ୍ରା ଆରମ୍ଭ ହେବାକୁ ଯାଉଛି । ରାଜଧାନୀ ଦିଲ୍ଲୀରେ ଲାଲକିଲାରୁ ଭାରତୀୟ ଜନତା ପାର୍ଟି(ଭାଜପା) ତ୍ରିରଙ୍ଗା ଯାତ୍ରା ଆରମ୍ଭ କରିବାକୁ ଯାଉଛି । ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ମଙ୍ଗଳବାର ସକାଳ ସାଢେ ଦଶଟାରେ ଲାଲ କିଲାରୁ ଭାଜପାର ତ୍ରିରଙ୍ଗା ଯାତ୍ରାକୁ ବାହାର କରିବେ । ଅନ୍ୟପଟୋ ମୟୁର ବିହାରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ୧୧୫ ଫୁଟର ଜାତୀୟ ପତାକା ସହ କାର୍ଯ୍ୟକ୍ରମରେ ଯୋଗଦେବେ ।
ସେହିଭଳି ଉତ୍ତର ପ୍ରଦେଶର କନୌଜରୁ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ତ୍ରିରଙ୍ଗା ଯାତ୍ରା ଆରମ୍ଭ କରିବେ । ଛତିଶଗଡ଼ର ଭୁପେଶ ବଘେଲ ସରକାର ସମସ୍ତ ୯୦ ବିଧାନସଭା ଅଞ୍ଚଳରେ କଂଗ୍ରେସର ତ୍ରିରଙ୍ଗା ଯାତ୍ରା ଆରମ୍ଭ କରିବେ ।
ଜାତୀର ପିତା ମହାତ୍ମା ଗାନ୍ଧୀ ଯେଉଁ ରାସ୍ତାରେ ସ୍ୱାଧିନତା ସଂଗ୍ରାମ ସମୟରେ ଯାତ୍ରା କରୁଥିଲେ ସେହିଠାରୁ ହିଁ ଭାଜପା ତ୍ରିରଙ୍ଗା ଯାତ୍ରା ଆରମ୍ଭ କରିବ । ଭାଜପା ନେତା ବିଜୟ ଗୋୟଲ ଏହି ସୂଚନା ଦେଇଛନ୍ତି । ଲାଲକିଲାରୁ ଆରମ୍ଭ ହେଉଥିବା ତ୍ରିରଙ୍ଗା ଯାତ୍ରାରେ ହଜାର ହଜାର ଲୋକ ଯୋଗଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri