Posted inଜାତୀୟ

ତିରୁପତି ମନ୍ଦିର ଲଡୁକୁ ନେଇ ବଡ଼ ଖୁଲାସା କଲେ ପୂର୍ବତନ ମୁଖ୍ୟ ପୁରୋହିତ

ନୂଆଦିଲ୍ଲୀ,୨୧।୯: ତିରୁପତି ମନ୍ଦିର ଲଡୁ ପ୍ରସଙ୍ଗ ବର୍ତ୍ତମାନ ଏକ ରାଜନୈତିକ ମୋଡ ନେଇଛି। ମନ୍ଦିରର ଲଡୁ ଅର୍ଥାତ୍‌ ପ୍ରସାଦ ତିଆରି କରିବା ପାଇଁ ଘିଅ ବଦଳରେ ପଶୁ ଚର୍ବି ବ୍ୟବହାର କରାଯାଉଥିବା ଜଣାପଡିବା ପରଠାରୁ ଦେଶରେ ଏକ ଅଶାନ୍ତି ଦେଖାଦେଇଛି। ଏହି ସମୟରେ ମନ୍ଦିରର ପୂର୍ବତନ ମୁଖ୍ୟ ପୁରୋହିତ ରମଣ ଦୀକ୍ଷାଥୁଲୁ ଏକ ବଡ଼ ଖୁଲାସା କରିଛନ୍ତି। ରମଣ ଦୀକ୍ଷାଥୁଲୁ କହିଛନ୍ତି ଯେ ମୁଁ ଏହା ବହୁ ବର୍ଷ ପୂର୍ବେ ଜାଣିଥିଲି। ସେ ଆହୁରି ମଧ୍ୟ କହିଛନ୍ତି, ଲୋକଙ୍କ ବିଶ୍ୱାସ ଏବଂ ଶୁଦ୍ଧତା ବିରୋଧରେ ସେମାନେ ବହୁତ ବଡ଼ ପାପ କରିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ଏହି ସବୁ ଦ୍ୱନ୍ଦ୍ୱ ଦୂର କରିବାକୁ ନୂତନ ସରକାର ପ୍ରତିଶ୍ରୁତି ଦେଇଛନ୍ତି। ସେମାନେ ସରକାରୀ ଦୁଗ୍ଧରୁ ଘିଅ କିଣୁଥିଲେ ଏବଂ ସମାନ ଘିଅରୁ ଏହାକୁ ପ୍ରସ୍ତୁତ କରୁଥିଲେ। ଗତ ୫ ବର୍ଷ ଧରି ତିରୁପତି ଲଡୁରେ ପଶୁ ଚର୍ବି ଏବଂ ମାଛ ତେଲ ମିଶ୍ରଣ କରିବାର ଘୋର ପାପ କରିଆସୁଛନ୍ତି। ଆମକୁ ନିଶ୍ଚିତ କରିବାକୁ ହେବ ଯେ ପବିତ୍ର ମନ୍ଦିରରେ ଏପରି ଗୁରୁତର ପାପ ପୁନରାବୃତ୍ତି ନ ହୁଏ, ଯେଉଁଠାରେ କୋଟି କୋଟି ଭକ୍ତଙ୍କର ଗଭୀର ବିଶ୍ୱାସ ଏବଂ ଭକ୍ତି ରହିଛି।

ଅନ୍ୟପଟେ ତିରୁପତି ଲଡ଼ୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଏବଂ ମାଛ ତେଲ ରହିଥିବା ଅଭିଯୋଗ ଉପରେ କେନ୍ଦ୍ର ସରକାର ଶୁକ୍ରବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁଙ୍କୁ ସବିଶେଷ ରିପୋର୍ଟ ମାଗିଛନ୍ତି। ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ ୧୦୦ ଦିନ ଉପରେ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା କହିଛନ୍ତି, ଖାଦ୍ୟ ନିରାପତ୍ତା ମାନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତିରୁପତି ଲଡ଼ୁରେ ପ୍ରାଣୀ ଚର୍ବି ଓ ମାଛ ତେଲ ରହିଥିବା ଖବର ପ୍ରକାଶ ପାଇବା ପରେ ନଡ୍ଡା ଚନ୍ଦ୍ରବାବୁଙ୍କ ସହ କଥା ହୋଇଥିଲେ। ସେ ସବିଶେଷ ରିପୋର୍ଟ ପଠାଇବା ପରେ ତାହାକୁ ଅନୁଧ୍ୟାନ କରାଯାଇ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri