Posted inଜାତୀୟ

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି। ସେ ଆବେଦନରେ ଦର୍ଶାଇଛନ୍ତି, ଯେ ଲଡୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଓ ମାଛ ତେଲ ରହିଥିବା ଜଣାପଡ଼ିବା ପରେ ଏହା ଅଗଣିତ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଗଭୀର ଆଘାତ ଦେଇଛି।

ଏହା ହିନ୍ଦୁ ଧର୍ମର ମୌଳିକ ପ୍ରଥାର ଉଲ୍ଲଂଘନ ବୋଲି ସେ କହିଛନ୍ତି। ହିନ୍ଦୁ ଧର୍ମର ପବିତ୍ର ପ୍ରଥାଗୁଡ଼ିକର ସୁରକ୍ଷା ପାଇଁ ଆବେଦନକାରୀ ନିବେଦନ କରିଛନ୍ତି। ଘଟଣାର ସିବିଆଇ ତଦନ୍ତ କରାଯିବାକୁ ଆନ୍ଧ୍ରପ୍ରଦେଶ କଂଗ୍ରେସ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ଭଉଣୀ ଓ୍ବାଇ.ଏସ୍‌. ଶର୍ମିଲା ଦାବି କରିବା ସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ପତ୍ର ଲେଖି ଜଣାଇଛନ୍ତି।

ସେପଟେ ମାଡ୍ରାସ ହାଇକୋର୍ଟର ଆଇନଜୀବୀ ବି. ଜଗନ୍ନାଥ ତିରୁପତିଙ୍କ ଲଡୁ ତିଆରେ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଶ୍ରଣ ଘଟଣାରେ ଜଗନମୋହନ ରେଡ୍ଡୀଙ୍କ ବିରୋଧରେ ତାମିଲନାଡୁ ପୋଲିସରେ ଏତଲା ଦାଏର କରିଛନ୍ତି। ସେ ଅଭିଯୋଗର ନକଲ ପୋଲିସ ଡିଜି ଏବଂ ଗ୍ରେଟର ଚେନ୍ନାଇ ପୋଲିସ କମିଶନରଙ୍କ ନିକଟକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri