Posted inଜାତୀୟ

ଯେଶାକୁ ତେସା: ବ୍ରିଟେନରୁ ଆସିଥିବା ୭ଶହ ଯାତ୍ରୀ ୧୦ ଦିନ ପାଇଁ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୫ ।୧୦: ବ୍ରିଟେନର ଯାତ୍ରା ପ୍ରତିବନ୍ଧକୁ ନେଇ ଯେଶାକୁ ତେସା ନୀତି ଆପଣାଛି ଭାରତ । ସୋମବାର ଲଣ୍ଡନରୁ ଦିଲ୍ଲୀ ପହଞ୍ଚିଥିିବା ପ୍ରାୟ ୭୦୦ ଯାତ୍ରୀଙ୍କୁ ଅନିର୍ବାଜ୍ୟ ୧୦ ଦିନ ପାଇଁ କ୍ୱାରାଣ୍ଟାଇନକୁ ପଠାଇ ଦିଆଯାଇଛି । ଏହା ପୂର୍ବରୁ ବ୍ରିଟେନ ଅକ୍ଟୋବର ୪ରେ ଯାତ୍ରୀଙ୍କ ନିମୟରେ ସାମାନ୍ୟ ଢିଲା କରିଥିବା ବେଳେ ଭାରତରୁ ଆସୁଥିବା ଯାତ୍ରୀଙ୍କ ପାଇଁ କ୍ୱାରାଣ୍ଟାଇନ ସର୍ତ୍ତ ରଖିଥିଲା । ଏବେ ଏହାର ଜବାବ ଦେଇଛି ଭାରତ । ଜଣେ ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁଯାୟୀ, ନୂଆ ଭିଜା ନିୟମ ରବିବାର ରାତିରୁ କାର୍ଯ୍ୟ ଆରମ୍ଭ କରିଛି । ଏହାପରେ ବ୍ରିଟେନରୁ ୩ଟି ବିମାନ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିଥିଲେ । ଏଥିରେ ଥିବା ସମସ୍ତ ୭୦୦ ଯାତ୍ରୀଙ୍କୁ ୧୦ ଦିନ ପାଇଁ କ୍ୱାରାଣ୍ଟାଇନକୁ ପଠାଇ ଦିଆଯାଇଛି । ଦିଲ୍ଲୀ ସରକାରଙ୍କ ଏକ ଦଳ ବିମାନ ବନ୍ଦରରେ ଉପସ୍ଥିତ ରହି ଯାତ୍ରୀମାନଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦେଇଥିଲେ । ଏବେ ଏହାପରେ ପୁଣିଥରେ ଦିଲ୍ଲୀ ସରକାରଙ୍କ ଏକ ଟିମ୍ ଏମାନେ କ୍ୱାରାଣ୍ଟାଇନ ସମୟରେ ସମସ୍ତ ନିୟମ ପାଳନ କରୁଛନ୍ତି କି ନା ତାହାର ତଦାରଖ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri